Biblia Todo Logo
Bib sou entènèt

- Piblisite -




ମାଥିଉ 22:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ସେ ଆପଣା ଦାସମାନଙ୍କୁ ପ୍ରେରଣ କଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ନିମନ୍ତ୍ରିତ ବ୍ୟକ୍ତିମାନଙ୍କୁ ଭୋଜିକୁ ଡ଼ାକି ଆଣିବା ପାଇଁ ସେ ଚାକରମାନଙ୍କୁ ପଠାଇଲେ। କିନ୍ତୁ ସେହି ବ୍ୟକ୍ତିମାନେ ଆସିବାକୁ ଚାହିଁଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ରାଜା କେତେକ ଲୋକଙ୍କୁ ବିବାହ ଭୋଜିକୁ ନିମନ୍ତ୍ରଣ କଲେ। ସବୁ ପ୍ରସ୍ତୁତ ହୋଇ ସାରିବା ପରେ ରାଜା ସେହି ଅତିଥିମାନଙ୍କୁ ଡାକିବାକୁ ଗ୍ଭକରମାନଙ୍କୁ ପଠାଇଲେ। କିନ୍ତୁ ସେମାନେ ରାଜାଙ୍କ ଭୋଜିକୁ ଆସିବାକୁ ମନା କରିଦେଲେ।

Gade chapit la Kopi




ମାଥିଉ 22:3
30 Referans Kwoze  

ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।


କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, “ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ।”


କିନ୍ତୁ ତୁମ୍ଭେମାନେ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୋʼ ନିକଟକୁ ଆସିବାକୁ ଇଚ୍ଛା କରୁ ନାହଁ।


କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ।


କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’”


ସେଥିରେ ସେ ରାଗିଯାଇ ଭିତରକୁ ଗଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ।


“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।


“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।


“ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”


ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।


ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।


ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।


ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।


ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ।


କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।”


ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି; ଶୁଭବାର୍ତ୍ତା ପ୍ରଚାରିକା ସ୍ତ୍ରୀଗଣ ମହାବାହିନୀ ଅଟନ୍ତି।


ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ, ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକୁ ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।”


ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ କର ନାହିଁ, କାରଣ ଯେଉଁ ମୋଶା ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ଇସ୍ରାଏଲର ଲୋକମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ମଧ୍ୟ ଯେ ରକ୍ଷା ପାଇବା ନାହିଁ, ଏହା ଯେ ଅଧିକ ସୁନିଶ୍ଚିତ!


ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ।


ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରିପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ।


ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।


Swiv nou:

Piblisite


Piblisite