Biblia Todo Logo
Bib sou entènèt

- Piblisite -




ମାଥିଉ 22:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ‘ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇଅଛି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ,’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁନର୍ବାର ସେ ଅନ୍ୟ ଦାସମାନଙ୍କୁ ପ୍ରେରଣ କରି କହିଲେ, ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇଅଛନ୍ତି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ-ଉତ୍ସବକୁ ଆସନ୍ତୁ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇ ଅଛନ୍ତି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ରାଜା ପୁନର୍ବାର ଅନ୍ୟ ଚାକରମାନଙ୍କ ଦ୍ୱାରା ଏହି ସନ୍ଦେଶ ପଠାଇଲେ, ‘ବିବାହ ଭୋଜି ପ୍ରସ୍ତୁତ, ହୃଷ୍ଟ ପୁଷ୍ଟ ବଳଦ ଓ ବାଛୁରୀ କଟାଯାଇ ସବୁ ଆୟୋଜିତ ହୋଇଛି, ଭୋଜିକୁ ଶୀଘ୍ର ଆସନ୍ତୁ।’

Gade chapit la Kopi

ପବିତ୍ର ବାଇବଲ

4 “ତା'ପରେ ରାଜା ଆଉ କିଛି ଗ୍ଭକରଙ୍କୁ ପଠାଇଲେ। ରାଜା ଗ୍ଭକରମାନଙ୍କୁ କହିଲେ, ‘ଯେଉଁମାନଙ୍କୁ ବିବାହଭୋଜିକୁ ଆସିବାକୁ ନିମନ୍ତ୍ରଣ କରାଯାଇଛି, ତୁମ୍ଭେମାନେ ସେମାନଙ୍କୁ କୁହ, ଭୋଜି ପ୍ରସ୍ତୁତି ସରିଲାଣି। ମୋର ଉତ୍ତମ ବଳଦ ଓ ମୋଟା ପଶୁମାନଙ୍କୁ ମରାଯାଇଛି। ସବୁକିଛି ପ୍ରସ୍ତୁତ ଅଛି। ଅତଏବ ବିବାହଭୋଜିକୁ ଆସନ୍ତୁ।’

Gade chapit la Kopi




ମାଥିଉ 22:4
18 Referans Kwoze  

ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୁଦୀମାନଙ୍କ ନିକଟକୁ ଯାଉଅଛୁ,


ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକ ସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ।


ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ?


କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”


ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ‘ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି।’


ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ।


ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।


ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।


ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।


ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ।


କିନ୍ତୁ ସେମାନେ ତାହା ଲଘୁ ଜ୍ଞାନ କରି କେହି ଆପଣା କ୍ଷେତକୁ, ଆଉ କେହି ଆପଣା ବାଣିଜ୍ୟ ବ୍ୟବସାୟକୁ ଚାଲିଗଲେ,


Swiv nou:

Piblisite


Piblisite