Biblia Todo Logo
Bib sou entènèt

- Piblisite -




ମାଥିଉ 22:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍‍ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କିନ୍ତୁ ରାଜା କ୍ରୋଧାନ୍ଵିତ ହୋଇ ଆପଣା ସୈନ୍ୟମାନଙ୍କୁ ପ୍ରେରଣ କରି ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ।

Gade chapit la Kopi

ଓଡିଆ ବାଇବେଲ

7 କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ରାଜା କ୍ରୋଧରେ ଜର୍ଜରିତ ହୋଇ ସୈନ୍ୟମାନଙ୍କୁ ପଠାଇଲେ। ସେମାନେ ସେହି ନରହନ୍ତାମାନଙ୍କୁ ବଧ କରି ସେମାନଙ୍କ ସହରକୁ ପୋଡ଼ି ପକାଇଲେ।

Gade chapit la Kopi

ପବିତ୍ର ବାଇବଲ

7 ରାଜା ଖୁବ୍ ରାଗିଗଲେ। ତାହାଙ୍କ ଗ୍ଭକରମାନଙ୍କୁ ଯେଉଁମାନେ ମାରିଦେଲେ, ସେମାନଙ୍କୁ ମାରିଦେବା ପାଇଁ ରାଜା ସୈନ୍ୟ ପଠାଇଲେ। ସୈନ୍ୟମାନେ ସେହି ହତ୍ୟାକାରୀମାନଙ୍କୁ ମାରିଦେଲେ ଓ ତାହାଙ୍କ ନଗରକୁ ପୋଡ଼ିଦେଲେ।

Gade chapit la Kopi




ମାଥିଉ 22:7
18 Referans Kwoze  

କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’”


ଆଉ ସେମାନେ ଖଡ୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୁଦୀ ମଧ୍ୟକୁ ନିଆଯିବେ, ପୁଣି, ଅଣଯିହୁଦୀମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦଦଳିତ ହୋଇ ରହିବ।”


କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।


ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ;


ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।


ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍‍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।


ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣି ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରିପାରେ?


ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଲାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।


ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ।


ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ।


Swiv nou:

Piblisite


Piblisite