Biblia Todo Logo
Bib sou entènèt

- Piblisite -




ମାଥିଉ 23:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣାକୁ ନତ କରେ ତାହାକୁ ଉନ୍ନତ କରାଯିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ଯେକେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି ଯେକେହି ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।

Gade chapit la Kopi

ଓଡିଆ ବାଇବେଲ

12 ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣକୁ ନତ କରେ ତାହାକୁ ଉନ୍ନତ କରାଯିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଯେ ନିଜକୁ ଉନ୍ନତ କରେ, ତାକୁ ନତ କରାଯିବ ଏବଂ ଯେ ନିଜକୁ ନତ କରେ, ତାକୁ ଉନ୍ନତ କରାଯିବ।

Gade chapit la Kopi

ପବିତ୍ର ବାଇବଲ

12 ଯେଉଁ ଲୋକ ନିଜକୁ ଅନ୍ୟ ଲୋକଙ୍କ ଅପେକ୍ଷା ଉଚ୍ଚ କରିବ, ତାକୁ ନତ କରାଯିବ। ଯେଉଁ ଲୋକ ନିଜକୁ ନତ କରିବ, ତାକୁ ମହାନ କରାଯିବ।

Gade chapit la Kopi




ମାଥିଉ 23:12
15 Referans Kwoze  

ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”


କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ର‌ରେ ଉକ୍ତ ଅଛି, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”


କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”


ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”


ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ।


ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।


“ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।


ଏଣୁ ମୁଁ ନବୂଖଦ୍‍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।


ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ କାରଣ ପରମେଶ୍ୱର ନମ୍ର ଲୋକକୁ ରକ୍ଷା କରିବେ।


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।


ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;


Swiv nou:

Piblisite


Piblisite