Biblia Todo Logo
Bib sou entènèt

- Piblisite -




ମାଥିଉ 24:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ଅନେକ ଭଣ୍ତ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ,

Gade chapit la Kopi

ଓଡିଆ ବାଇବେଲ

11 ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ସେତେବେଳେ ଅନେକ ଭଣ୍ଡ ଭାବବାଦୀ ବାହାରି ଲୋକମାନଙ୍କୁ ବିଭ୍ରାନ୍ତ କରିବେ।

Gade chapit la Kopi

ପବିତ୍ର ବାଇବଲ

11 ଅନେକ ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ବାହାରିବେ। ସେମାନେ ଅନେକ ଲୋକଙ୍କୁ ଠକିବେ, ଓ ସେମାନଙ୍କ କଥାରେ ପଡ଼ି ଅନେକ ଲୋକ ଭୁଲ୍ କଥାରେ ବିଶ୍ୱାସ କରିବେ।

Gade chapit la Kopi




ମାଥିଉ 24:11
13 Referans Kwoze  

କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।


ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!


କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।


ପବିତ୍ର ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ


ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।


କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।


ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।


ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।


ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।


ପୁଣି, ଅଧର୍ମ ବୃଦ୍ଧି ପାଇବାରୁ ଅଧିକାଂଶ ଲୋକଙ୍କର ପ୍ରେମ ଶୀତଳ ହୋଇଯିବ।


Swiv nou:

Piblisite


Piblisite