Biblia Todo Logo
Bib sou entènèt

- Piblisite -




ମାଥିଉ 27:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟ-ମୁଦ୍ରାଗୁଡ଼ାକ ନେଇ କହିଲେ, ଏହା ମନ୍ଦିରର ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୂଲ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟମୁଦ୍ରା-ଗୁଡ଼ାକ ଘେନି କହିଲେ, ଏହା ଭଣ୍ତାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୂଲ୍ୟ।

Gade chapit la Kopi

ଓଡିଆ ବାଇବେଲ

6 କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟମୁଦ୍ରାଗୁଡ଼ାକ ନେଇ କହିଲେ, ଏହା ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୁଲ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ମୁଖ୍ୟ ପୁରୋହିତମାନେ ମୁଦ୍ରାଗୁଡ଼ିକ ଗୋଟାଇ କହିଲେ, “ଏହା ରକ୍ତର ମୂଲ୍ୟ। ଏହା ମନ୍ଦିରର ଧନାଗାରରେ ରଖିବା ବ୍ୟବସ୍ଥା ବିରୁଦ୍ଧ କାର୍ଯ୍ୟ।”

Gade chapit la Kopi

ପବିତ୍ର ବାଇବଲ

6 ପ୍ରଧାନଯାଜକମାନେ ମନ୍ଦିର ଭିତରେ ସେହି ରୂପାଟଙ୍କାତକ ଗୋଟାଇ ନେଲେ। ସେମାନେ କହିଲେ, “ମନ୍ଦିର ଟଙ୍କା ସହିତ ଏ ଟଙ୍କାତକ ରଖିବା ନିୟମ ବିରୁଦ୍ଧ ହେବ। କାରଣ ଏ ଟଙ୍କା ଜଣକର ମୃତ୍ୟୁ ପାଇଁ ଦିଆଯାଇଛି।”

Gade chapit la Kopi




ମାଥିଉ 27:6
8 Referans Kwoze  

ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ବିଷୟ ଅଟନ୍ତି।


ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।


ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ।


କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା।


ତୁ ତାହା ବୁଝ୍। ତହିଁରେ ସେ ରୌପ୍ୟ-ମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା।


ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ।


କିନ୍ତୁ ତୁମ୍ଭେମାନେ କୁହ, କେହି ଯେବେ ପିତା କି ମାତାକୁ କହେ, ମୋʼଠାରୁ, ଯାହା ଦ୍ୱାରା ତୁମ୍ଭର ଉପକାର ହୋଇଥାଆନ୍ତା, ତାହା ‘କର୍ବାନ୍’, ଅର୍ଥାତ୍‍ ଈଶ୍ବରଙ୍କୁ ସମର୍ପିତ ହୋଇଅଛି,


Swiv nou:

Piblisite


Piblisite