Biblia Todo Logo
Bib sou entènèt

- Piblisite -




ମାଥିଉ 28:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ଵର୍ଗରୁ ଓହ୍ଲାଇ ଆସି ସେହି ପଥରଖଣ୍ତିକ ଗଡ଼ାଇଦେଇ ତାହା ଉପରେ ବସିଲେ।

Gade chapit la Kopi

ଓଡିଆ ବାଇବେଲ

2 ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେତିକିବେଳେ ହଠାତ୍ ଗୋଟିଏ ଭୂମିକମ୍ପ ହେଲା। ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ଉଦ୍ଧ୍ୱର୍ରୁ ଓହ୍ଲାଇ ଆସି, କବର ମୁହଁରୁ ପଥରଟିକୁ ଗଡ଼ାଇ ଦେଇ ତା’ ଉପରେ ବସିଲେ।

Gade chapit la Kopi

ପବିତ୍ର ବାଇବଲ

2 ସେତିକିବେଳେ ଗୋଟିଏ ବଡ଼ ଧରଣର ଭୂମିକମ୍ପ ହେଲା। ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ସ୍ୱର୍ଗରୁ ଓହ୍ଲାଇ ଆସିଲେ। ସ୍ୱର୍ଗଦୂତ ଜଣକ କବର ପାଖକୁ ଗଲେ ଓ ପ୍ରବେଶଦ୍ୱାର ପାଖରୁ ପଥରଟି ଗଡ଼େଇ ବାହାର କରିଦେଲେ। ସେ ପଥର ଉପରେ ବସିଲେ।

Gade chapit la Kopi




ମାଥିଉ 28:2
12 Referans Kwoze  

ସେତେବେଳେ ହଠାତ୍‍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍‌କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା।


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‌ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ।


ସେତେବେଳେ ସ୍ୱର୍ଗରେ ଥିବା ଈଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମ-ସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।


ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ।


ତେଣୁ ସେମାନେ ଯାଇ ପ୍ରହରୀ-ଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ।


କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,


Swiv nou:

Piblisite


Piblisite