Biblia Todo Logo
Bib sou entènèt

- Piblisite -




ମାଥିଉ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।

Gade chapit la Kopi

ଓଡିଆ ବାଇବେଲ

11 ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ତୁମେ ପାପ ପ୍ରତି ବିମୁଖ ହୋଇଛ, ଏହା ଜଣାଇବାକୁ ମୁଁ ତୁମକୁ ଜଳରେ ଦୀକ୍ଷା ଦେଉଛି। କିନ୍ତୁ ମୋ’ ପରେ ଯିଏ ଆସୁଛନ୍ତି, ସେ ତୁମକୁ ପବିତ୍ରଆତ୍ମା ଓ ଅଗ୍ନିରେ ଦୀକ୍ଷା ଦେବେ। ସେ ମୋ’ଠାରୁ ମହୀୟାନ-ତାଙ୍କର ପାଦୁକା ବହନ କରିବାକୁ ମଧ୍ୟ ମୁଁ ଅଯୋଗ୍ୟ।

Gade chapit la Kopi

ପବିତ୍ର ବାଇବଲ

11 “ତୁମ୍ଭେମାନେ ମନ ପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳରେ ବାପ୍ତିସ୍ମ ଦେଉଛି, କିନ୍ତୁ ମୋ'ପରେ ଯେ ଆସୁଛନ୍ତି, ସେ ମୋ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତା ବୋହି ନେବାକୁ ମଧ୍ୟ ଯୋଗ୍ୟ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।

Gade chapit la Kopi




ମାଥିଉ 3:11
29 Referans Kwoze  

ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍‍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।


କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;


ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ।


ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ।


ସେଥିରେ ପାଉଲ କହିଲେ, ଯୋହନ ମନ-ପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍‍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ।


ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ସେ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ।


ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।


ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ।


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;


ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”


ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।


ସେଥିରେ ସେ ଯର୍ଦ୍ଦନ ନଦୀର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ,


ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ, ଏଠାରେ ତ ଜଳ ଅଛି, ମୋହର ବାପ୍ତିଜିତ ହେବା ନିମନ୍ତେ କଅଣ ବାଧା ଅଛି?


ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ।


Swiv nou:

Piblisite


Piblisite