Biblia Todo Logo
Bib sou entènèt

- Piblisite -




ମାଥିଉ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଈଶ୍ବରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯୀଶୁ ବାପ୍ତିଜିତହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି ସେ ଈଶ୍ଵରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

16 ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଈଶ୍ୱରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଯୀଶୁ ଦୀକ୍ଷିତ ହୋଇ ଜଳରୁ ଉଠି ଆସିବାମାତ୍ରେ ସେ ଦେଖିଲେ ସ୍ୱର୍ଗ ଉନ୍ମୁକ୍ତ ହୋଇଛି ଏବଂ ପରମାତ୍ମା କପୋତରୂପେ ତାଙ୍କ ଉପରେ ଅବତରଣ କଲେ।

Gade chapit la Kopi

ପବିତ୍ର ବାଇବଲ

16 ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ରେ ଆକାଶ ଖୋଲିଗଲା, ଏବଂ ସେ ପରମେଶ୍ୱରଙ୍କ ଆତ୍ମାକୁ ଗୋଟିଏ କପୋତ ରୂପରେ ତଳକୁ ଓହ୍ଲେଇ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ।

Gade chapit la Kopi




ମାଥିଉ 3:16
14 Referans Kwoze  

ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;


ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ପବିତ୍ର ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ,


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


“ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି।”


ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲର କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।


କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।


ନିଜ ବିଷୟରେ ସଦାପ୍ରଭୁ କହନ୍ତି, “ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ,” ଏହା ସଦାପ୍ରଭୁ କହନ୍ତି।


ପୁଣି, ସେ ତାହାଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।”


ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।”


ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;


Swiv nou:

Piblisite


Piblisite