Biblia Todo Logo
Bib sou entènèt

- Piblisite -




ମାଥିଉ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?

Gade chapit la Kopi

ଓଡିଆ ବାଇବେଲ

7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, "ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯେତେବେଳେ ଯୋହନ ଦେଖିଲେ ଅନେକ ଫାରୁଶୀ ଓ ସାଦୁକୀ ଜଳଦୀକ୍ଷା ନେବା ପାଇଁ ଆସୁଛନ୍ତି; ସେମାନଙ୍କୁ ସେ କହିଲେ, “ଆରେ ସର୍ପକୁଳ! ଈଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦଣ୍ଡ ଦେବାକୁ ଯାଉଛନ୍ତି, ସେଥିରୁ ନିସ୍ତାର ପାଇ ପାରିବ ବୋଲି କିଏ ତୁମକୁ କହିଛି?

Gade chapit la Kopi

ପବିତ୍ର ବାଇବଲ

7 ଅନେକ ଫାରୂଶୀ ଓ ସାଦ୍ଦୂକୀମାନେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସେମାନଙ୍କୁ ଦେଖି ଯୋହନ କହିଲେ, “ହେ କାଳସର୍ପଗଣ! ତୁମ୍ଭେ ପ୍ରଭୁଙ୍କ ଆଗାମୀ କ୍ରୋଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚେତାବନୀ ଦେଲେ?

Gade chapit la Kopi




ମାଥିଉ 3:7
49 Referans Kwoze  

ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।


ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କ ସେହି ଉଦ୍ଧାରକର୍ତ୍ତା ଯୀଶୁଙ୍କ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ନିମନ୍ତେ ଈଶ୍ଵରଙ୍କ ପ୍ରତି ଫେରିଲ।


କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି


ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ?


ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା।


ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ,


ଯୀଶୁ ସେମାନଙ୍କୁ କହିଲେ, “ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ।”


ଏଥିରେ କିଏ ଈଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କଠାରୁ ଜାତ ନୁହେଁ।


ଫାରୂଶୀମାନଙ୍କ ମଧ୍ୟରୁ ଯେଉଁମାନେ ତାହାଙ୍କ ସାଙ୍ଗରେ ଥିଲେ, ସେମାନେ ଏହା ଶୁଣି ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ କଅଣ ଅନ୍ଧ?


ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।


ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ବନ୍ଦ ଅଛି ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।


ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।


ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନଯାପନ କଲି।


ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।


କିନ୍ତୁ ଫାରୂଶୀ-ଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୁଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ।


ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍‍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ୱଳିତ ହୋଇ ଉଠିଲେ


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।


ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ।


ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ‘ହେ ଈଶ୍ବର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କରଗ୍ରାହୀ ପରି ସୁଦ୍ଧା ନୁହେଁ;


ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।


କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ବରଙ୍କ ଯୋଜନା ଅଗ୍ରାହ୍ୟ କଲେ।


ଏଥିଉତ୍ତାରେ ପୁନରୁତ୍ଥାନକୁ ଅସ୍ୱୀକାର କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,


ପରେ ଯୀଶୁଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ।


ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରୋଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ।”


ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ,


ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ।


ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତପତି ବାଲ୍‌ଜିବୂଲ୍‍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ।


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।


ସେମାନେ କାଳସର୍ପର ଡିମ୍ବ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ବ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ।


ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”


ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।


ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ କଅଣ ଏହା ଜାଣନ୍ତି?


ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।


ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ।


Swiv nou:

Piblisite


Piblisite