Biblia Todo Logo
Bib sou entènèt

- Piblisite -




ମାଥିଉ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାଳ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଭାବ ନାହିଁ ଯେ ଅବ୍ରାହାମ ତୁମ ପୂର୍ବପୁରୁଷ ବୋଲି କହିଦେବା ଦ୍ୱାରା ତୁମେ ଦଣ୍ଡରୁ ରକ୍ଷା ପାଇଯିବ। ମୁଁ ତୁମକୁ କହି ରଖୁଛି ଯେ ଈଶ୍ୱର ଏହି ପଥରଗୁଡ଼ିକ ନେଇ ଅବ୍ରାହାମଙ୍କ ବଂଶଧର ସୃଷ୍ଟି କରି ପାରିବେ।

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭେମାନେ ନିଜକୁ ଅବ୍ରହାମଙ୍କ ସନ୍ତାନ ବୋଲି କହିଦେଲେ ଯେ ଯଥେଷ୍ଟ ହୋଇଗଲା, ସେ କଥା କେବେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ୱର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡ଼ିକରୁ ମଧ୍ୟ ସନ୍ତାନ ସୃଷ୍ଟି କରି ପାରିବେ।

Gade chapit la Kopi




ମାଥିଉ 3:9
22 Referans Kwoze  

ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।


ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ?


ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷ ଅବ୍ରହାମ କଅଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା?


ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।


ସେଥିରେ ସେ ଡାକି କହିଲେ, ‘ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋହର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।’


ତୁ କଅଣ ଆମ୍ଭମାନଙ୍କ ପୂର୍ବପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ?


କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?


କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ,


“ହେ ମନୁଷ୍ୟ-ସନ୍ତାନ, ଯେଉଁମାନେ ଇସ୍ରାଏଲ ଦେଶର, ସେହି ସକଳ ଉତ୍ସନ୍ନ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ଅବ୍ରହାମ ଏକମାତ୍ର ଥିଲେ, ଆଉ ସେ ଦେଶ ଅଧିକାର କଲେ; ମାତ୍ର ଆମ୍ଭେମାନେ ଅନେକ ଲୋକ; ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦତ୍ତ ହୋଇଅଛି।


ଈଶ୍ବର ଆପଣା ନାମ ନିମନ୍ତେ ଅଣଯିହୁଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି।


ସେ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।”


ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍‍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା।


ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କଅଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ।


ତୁମ୍ଭେମାନେ ଯେ ଅବ୍ରହାମଙ୍କର ବଂଶ, ତାହା ମୁଁ ଜାଣେ; କିନ୍ତୁ ମୋହର ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ନ ପାଇବାରୁ ତୁମ୍ଭେମାନେ ମୋତେ ବଧ କରିବାକୁ ଚେଷ୍ଟା କରୁଅଛ।


Swiv nou:

Piblisite


Piblisite