Biblia Todo Logo
Bib sou entènèt

- Piblisite -




ମାଥିଉ 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,

Gade chapit la Kopi

ଓଡିଆ ବାଇବେଲ

13 ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲୀ ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 କିନ୍ତୁ ନାଜରିତରେ ନ ରହି ଜବୂଲନ ଓ ନଫ୍ତାଲି ଅଞ୍ଚଳରେ ଥିବା ଗାଲିଲୀ ହ୍ରଦ ଉପକୂଳବର୍ତ୍ତୀ କପର୍ନାହୂମରେ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ

13 ଯୀଶୁ କିନ୍ତୁ ନାଜରିତରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳରେ କଫର୍ନାହୂମ ସହରରେ ବାସ କଲେ, କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳରେ ଅବସ୍ଥିତ।

Gade chapit la Kopi




ମାଥିଉ 4:13
17 Referans Kwoze  

ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାହାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା।


ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ।


ଆଉ ରେ କଫର୍ନାହୂମ, ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା।


ସେ କଫର୍ନାହୂମର ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିବା ସମୟରେ ଏହି ସମସ୍ତ କଥା କହିଲେ।


ଅତଏବ, ଯୀଶୁ କିମ୍ବା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହି ସମସ୍ତ ସାନ ନୌକାଗୁଡ଼ିକରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ।


ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ। ଅନ୍ଧକାର ହୋଇଗଲା, ପୁଣି, ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,


ଏଥିଉତ୍ତାରେ ସେ ଆପଣା ମାତା, ଭାଇବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ।


ଏଥିମଧ୍ୟରେ ସେମାନେ କଫର୍ନାହୂମ ନଗରକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ?


ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ‘ହେ ବୈଦ୍ୟ, ନିଜେ ନିଜକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର।’”


ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,


“ସବୂଲୂନ ଦେଶ ଓ ନପ୍ତାଲି ଦେଶ, ସମୁଦ୍ର ନିକଟବର୍ତ୍ତୀ ଓ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱସ୍ଥ ଅଣଯିହୁଦୀମାନଙ୍କ ଗାଲିଲୀ,


ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ।


କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୂମରେ ପ୍ରବେଶ କରନ୍ତେ ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା।


ଆଉ, ରେ କଫର୍ନାହୂମ ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ।”


Swiv nou:

Piblisite


Piblisite