Biblia Todo Logo
Bib sou entènèt

- Piblisite -




ମାଥିଉ 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।

Gade chapit la Kopi

ଓଡିଆ ବାଇବେଲ

16 ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଅନ୍ଧକାରରେ ବାସ କରୁଥିବା ଲୋକମାନେ ଗୋଟିଏ ଉଜ୍ଜ୍ୱଳ ଆଲୋକ ଦେଖିବେ ମୃତ୍ୟୁର ତିମିରାଚ୍ଛନ୍ନ ଅଞ୍ଚଳରେ ଥିବା ଲୋକମାନଙ୍କ ଉପରେ ସେହି ଆଲୋକ ପ୍ରକାଶ ପାଇବ।”

Gade chapit la Kopi

ପବିତ୍ର ବାଇବଲ

16 ଯେଉଁ ଲୋକମାନେ ଅନ୍ଧାରରେ ରହୁଥିଲେ, ସେମାନେ ଏକ ମହାନ ଜ୍ୟୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶରେ ଯେଉଁମାନେ ରହୁଥିଲେ, ସେମାନଙ୍କ ଉପରେ ଜ୍ୟୋତିର ଉଦୟ ହେଲା।”

Gade chapit la Kopi




ମାଥିଉ 4:16
14 Referans Kwoze  

ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହା ଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।


ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତି ସ୍ୱରୂପ ହେବେ।


ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।”


ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତ୍ୟୁୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି; ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର। ସଦାପ୍ରଭୁ ତାହାଙ୍କର ନାମ।


ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ।


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଚ୍ଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।


ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; ସେ ଦେଶ ମୃତ୍ୟୁୁଚ୍ଛାୟାମୟ, ସୁଧାରାବିହୀନ ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ।”


ଅନ୍ଧକାର ଓ ମୃତ୍ୟୁୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ।


ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇ ନାହିଁ।


ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ଅନ୍ଧକାର ହୋଇ ରହିବ ନାହିଁ। ପୂର୍ବକାଳରେ ସେ ସବୂଲୂନ ଦେଶ ଓ ନପ୍ତାଲି ଦେଶକୁ ତୁଚ୍ଛନୀୟ କରିଥିଲେ, ମାତ୍ର ଶେଷ କାଳରେ ସେ ତାହାକୁ ସମୁଦ୍ର ପଥର ନିକଟବର୍ତ୍ତୀ, ଯର୍ଦ୍ଦନର ସେପାରିସ୍ଥ, ଗୋଷ୍ଠୀଗଣର ଗାଲିଲୀକୁ ସମ୍ଭ୍ରାନ୍ତ କରିବେ।


Swiv nou:

Piblisite


Piblisite