Biblia Todo Logo
Bib sou entènèt

- Piblisite -




ମାଥିଉ 5:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁ-ମାନଙ୍କୁ ପ୍ରେମ କର, ପୁଣି ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,

Gade chapit la Kopi

ଓଡିଆ ବାଇବେଲ

44 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି, ଶତ୍ରୁକୁ ପ୍ରେମ କର। ଯେଉଁମାନେ ତୁମକୁ ଉତ୍ପୀଡ଼ନ କରନ୍ତି, ସେମାନଙ୍କ ମଙ୍ଗଳ ପାଇଁ ପ୍ରାର୍ଥନା କର।

Gade chapit la Kopi

ପବିତ୍ର ବାଇବଲ

44 କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର।

Gade chapit la Kopi




ମାଥିଉ 5:44
21 Referans Kwoze  

ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।


ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।


ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।


ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;


ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।


ତହୁଁ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କʼଣ ଆଘାତ କରିବ? ସେମାନଙ୍କ ସମ୍ମୁଖରେ ରୁଟି ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଆନ୍ତୁ।”


ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି);


ପୁଣି, ସେ ଦାଉଦଙ୍କୁ କହିଲେ, “ତୁମ୍ଭେ ମୋʼ ଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ।


ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।


ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।


ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।


କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ।


Swiv nou:

Piblisite


Piblisite