Biblia Todo Logo
Bib sou entènèt

- Piblisite -




ମାଥିଉ 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟ ରୂପେ କହିବି, ‘ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ। ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟ ରୂପେ କହିବି, ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ। ହେ ଅଧର୍ମାଚାରୀମାନେ, ମୋʼ ପାଖରୁ ଦୂର ହୁଅ।

Gade chapit la Kopi

ଓଡିଆ ବାଇବେଲ

23 ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟରୂପେ କହିବି, ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ । ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ସେତେବେଳେ ସେମାନେ ମୁଁ କହିବି, ତୁମ୍ଭମାନଙ୍କୁ ମୁଁ ଜାଣେ ନାହିଁ। ଦୁଗଚାରୀମାନେ, ମୋ ନିକଟରୁ ଦୂର ହୁଅ।

Gade chapit la Kopi

ପବିତ୍ର ବାଇବଲ

23 ତେବେ ମୁଁ ସେମାନଙ୍କୁ ଖୋଲାଖୋଲି ଭାବରେ କହିବି ଯେ, ‘ମୁଁ ତୁମ୍ଭକୁ ଆଦୌ ଜାଣିନି। ଆରେ କୁକର୍ମୀମାନେ, ମୋ’ ପାଖରୁ ଗ୍ଭଲିଯାଅ।’

Gade chapit la Kopi




ମାଥିଉ 7:23
11 Referans Kwoze  

ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ,


ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି।


ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋʼ ପାଖରୁ ଦୂର ହୁଅ।


ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ‘ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ,’ ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।’


କିନ୍ତୁ ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୁଁ ତୁମ୍ଭମାନଙ୍କୁ ଜାଣେ ନାହିଁ।


ମୁଁ ଉତ୍ତମ ମେଷପାଳକ। ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ,


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।


ତଥାପି ଈଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।


ଅହଙ୍କାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ।


ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋʼ ନିକଟରୁ ଦୂର ହୁଅ।


Swiv nou:

Piblisite


Piblisite