Biblia Todo Logo
Bib sou entènèt

- Piblisite -




ମାଥିଉ 7:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳି ଦେବେ ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ଵା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳନ୍ତି ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

6 ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହି ସବୁ ସେମାନଙ୍କ ପାଦ ତଳେ ଦଳନ୍ତି ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 କୁକୁରକୁ ପବିତ୍ର ପଦାର୍ଥ ଦିଅ ନାହିଁ। କାରଣ ସେ ବୁଲିପଡ଼ି ତୁମକୁ ଆକ୍ରମଣ କରିପାରେ। ଘୁଷୁରି ଆଗରେ ମୁକ୍ତା ପକାଅ ନାହିଁ। ତା’ର ମୂଲ୍ୟ ନ ବୁଝି ତାକୁ ସେ କେବଳ ପାଦରେ ଦଳି ଦେବ।

Gade chapit la Kopi

ପବିତ୍ର ବାଇବଲ

6 “କୁକୁରମାନଙ୍କୁ ପବିତ୍ର ବସ୍ତୁ ଦିଅ ନାହିଁ, କାରଣ ସେମାନେ ବୁଲି ପଡ଼ି ତୁମ୍ଭକୁ କାମୁଡ଼ି ପାରନ୍ତି। ଘୁଷୁରିମାନଙ୍କ ଆଗରେ ନିଜର ମୋତି ପକାଅ ନାହିଁ, କାରଣ ସେମାନେ ମୋତିକୁ ଗୋଡ଼ରେ ଦଳି ଦେଇ ଗ୍ଭଲିଯିବେ।

Gade chapit la Kopi




ମାଥିଉ 7:6
18 Referans Kwoze  

ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ।


ଆପଣା ବାନ୍ତି ପ୍ରତି ଫେରିବା କୁକ୍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୂର୍ଖ ସେପରି।


କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;


ମାତ୍ର ସେ ଉତ୍ତର ଦେଲେ, “ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।”


ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!


କୁକୁର ଆପଣା ବାନ୍ତି ଖାଇବାକୁ ଓ ଧୌତ ହୋଇଥିବା ଘୁଷୁରି କାଦୁଅରେ ଲୋଟିବାକୁ ପୁନର୍ବାର ଫେରେ, ଏହି ସତ୍ୟ ଦୃଷ୍ଟାନ୍ତବାକ୍ୟ ସେମାନଙ୍କ ପ୍ରତି ଘଟିଅଛି।


ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,


ଘୁଷୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ।


ସେମାନେ ଯଦି ସତ୍ୟଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନ-ପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଈଶ୍ବରଙ୍କ ପୁତ୍ରଙ୍କୁ, ପୁଣି, କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି।


ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୁଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,


ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ।


ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।


Swiv nou:

Piblisite


Piblisite