Biblia Todo Logo
Bib sou entènèt

- Piblisite -




ମାଥିଉ 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ସହିତ ସ୍ଵର୍ଗରାଜ୍ୟରେ ଭୋଜନରେ ବସିବେ,

Gade chapit la Kopi

ଓଡିଆ ବାଇବେଲ

11 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରାହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ମନେରଖ, ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଅନେକେ ଆସି ସ୍ୱର୍ଗରାଜ୍ୟରେ ଅବ୍ରାହାମ, ଇସ୍ହାମ ଓ ଯାକୁବଙ୍କ ସଙ୍ଗରେ ଏକାଠି ଭୋଜନ କରିବାକୁ ବସିବେ।

Gade chapit la Kopi

ପବିତ୍ର ବାଇବଲ

11 ମୁଁ ତୁମ୍ଭକୁ ପୁଣି କହି ରଖୁଛି ଯେ, ପୂର୍ବ ଓ ପଶ୍ଚିମରୁ ବହୁତ ଲୋକ ଆସିବେ ଏବଂ ସେମାନେ ଅବ୍ରହାମ, ଇ‌‌ସ୍‌‌ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜିରେ ନିଜ ନିଜ ଆସନ ଗ୍ରହଣ କରିବେ।

Gade chapit la Kopi




ମାଥିଉ 8:11
40 Referans Kwoze  

ଅର୍ଥାତ୍‍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୁଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;


କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।


ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ।


ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।


ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ବରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ବର ଅଣଯିହୁଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ-ପରିବର୍ତ୍ତନ ଦାନ କରିଅଛନ୍ତି।


ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୁଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;


ଆଉ, ସେ ମହାତୂରୀଧ୍ୱନୀ ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”


ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତ ପରି ଶତ୍ରୁ ମାଡ଼ି ଆସିବ।


ଆଶେର ବଂଶରୁ ବାର ହଜାର, ନପ୍ତାଲି ବଂଶରୁ ବାର ହଜାର, ମନଃଶି ବଂଶରୁ ବାର ହଜାର,


ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,


କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।


ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ


ସେମାନେ ପହଞ୍ଚି ମଣ୍ଡଳୀକୁ ଏକତ୍ର କଲେ, ପୁଣି, ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୁଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ।


ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।


କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।


“ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”


ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।


ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।


ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”


ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ-ସ୍ଥାନ ଗୌରବାନ୍ୱିତ ହେବ।


ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।


ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।


ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”


ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”


ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍‍ ଦେଶରୁ ଆସିବେ।”


ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।


ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁର ଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ।


Swiv nou:

Piblisite


Piblisite