Biblia Todo Logo
Bib sou entènèt

- Piblisite -




ମାଥିଉ 8:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସନ୍ଧ୍ୟା ହୁଅନ୍ତେ, ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକୁ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,

Gade chapit la Kopi

ଓଡିଆ ବାଇବେଲ

16 ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକୁ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ସନ୍ଧ୍ୟା ହେବାରୁ ଲୋକେ ଅନେକ ଭୂତଗ୍ରମ୍ତ ଲୋକଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ପଦେ ମାତ୍ର କଥରେ ସେ ପ୍ରେତାମ୍ରାଗୁଡ଼ିକୁ ତଡ଼ି ଦେଲେ ଓ ପୀଡ଼ିତ ଲୋକଙ୍କୁ ସୁସ୍ଥକଲେ।

Gade chapit la Kopi

ପବିତ୍ର ବାଇବଲ

16 ସେହି ଦିନ ସନ୍ଦ୍ୟାରେ ଲୋକେ ତାହାଙ୍କ ପାଖକୁ ଭୂତଗ୍ରସ୍ତ ଅନେକ ଲୋକଙ୍କୁ ଆଣିଲେ। ଯୀଶୁ ଗୋଟିଏ ଆଜ୍ଞାରେ ସେହି ଭୂତମାନଙ୍କୁ ବାହାର କରିଦେଲେ। ଏହିଭଳି ଯୀଶୁ ସମସ୍ତ ରୋଗୀଙ୍କୁ ଭଲ କରିଦେଲେ।

Gade chapit la Kopi




ମାଥିଉ 8:16
17 Referans Kwoze  

“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”


ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ।


ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ।


ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ।


କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, “ରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା।”


ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକକୁ ତାହାଙ୍କ ନିକଟକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା।


ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକୁ ଚାରି ଜଣଙ୍କ ଦ୍ୱାରା ବୁହାଇ ତାହାଙ୍କ ନିକଟକୁ ଘେନି ଆସିଲେ,


ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା।”


ପରେ ଲୋକସମୂହ ଏକତ୍ର ଦୌଡ଼ି ଆସୁଥିବା ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ।


ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ଘଟଣା ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହିସବୁ ଜଣାଇଲେ।


ସେଥିରେ ସେ ତାହାଙ୍କର ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ।


ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ବରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ। ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ।


ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, “ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।”


Swiv nou:

Piblisite


Piblisite