Biblia Todo Logo
Bib sou entènèt

- Piblisite -




ମାଥିଉ 8:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ।

Gade chapit la Kopi

ଓଡିଆ ବାଇବେଲ

21 ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଯୀଶୁଙ୍କ ଆଉ ଜଣେ ଶିଷ୍ୟ କହିଲା, “ପ୍ରଭୁ, ଆଗେ ଫେରିଯାଇ ମୋ’ ବାପାଙ୍କୁ କବର ଦେବା ପାଇଁ ମୋତେ ଅନୁମତି ଦିଅନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

21 ଆଉ ଜଣେ ଅନୁଗାମୀ ଯୀଶୁଙ୍କୁ କହିଲା, “ପ୍ରଭୁ ମୋତେ ଆଗ ଯାଇ ମୋର ବାପାଙ୍କୁ କବର ଦେଇ ଆସିବାକୁ ଅନୁମତି ଦିଅନ୍ତୁ। ତା'ପରେ ମୁଁ ଆପଣଙ୍କର ଅନୁସରଣ କରିବି।”

Gade chapit la Kopi




ମାଥିଉ 8:21
10 Referans Kwoze  

“ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।


“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।”


ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।


ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”


କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ।”


Swiv nou:

Piblisite


Piblisite