Biblia Todo Logo
Bib sou entènèt

- Piblisite -




ମାଥିଉ 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେଥିରେ ଯୀଶୁ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ। ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।

Gade chapit la Kopi

ଓଡିଆ ବାଇବେଲ

3 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଯୀଶୁ ହାତ ବଢ଼ାି ତାକୁ ସ୍ପର୍ଶ କରି କହିଲେ, “ମୁଁ ଚାହେଁ, ତୁମେ ଶୁଚି ହୁଅ।” ସଙ୍ଗେ ସଙ୍ଗେ ସେହି ଲୋକଟି ରୋଗ ମୁକ୍ତି ହେଲା।

Gade chapit la Kopi

ପବିତ୍ର ବାଇବଲ

3 ତା'ପରେ ଯୀଶୁ ହାତ ବଢ଼େଇ କୁଷ୍ଠରୋଗୀଟିକୁ ଛୁଇଁଦେଲେ। ସେ କହିଲେ, “ମୁଁ ଗ୍ଭହୁଁଛି ତୁମ୍ଭେ ସୁସ୍ଥ ହୁଅ।’’ ଏବଂ ସଙ୍ଗେ ସଙ୍ଗେ ତା'ର କୁଷ୍ଠରୋଗ ଭଲ ହୋଇଗଲା।

Gade chapit la Kopi




ମାଥିଉ 8:3
19 Referans Kwoze  

ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା।


ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା ମାତ୍ରେ ସ୍ଥିତି ହେଲା।


ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।


ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।”


ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି।


ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, “ତୁନି ହ, ଚୁପ୍ କର୍।” ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା।


ମାତ୍ର ନାମାନ୍‍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋʼ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।


ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।


ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, “ଲାଜାର, ବାହାରି ଆସ।”


ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ।”


ପରେ ଲୋକସମୂହ ଏକତ୍ର ଦୌଡ଼ି ଆସୁଥିବା ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ।


ଆଉ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଦୀର୍ଘ ନିଶ୍ୱାସ ପକାଇ ତାହାକୁ କହିଲେ, “ଇପ୍‌ପଥଃ,” ଅର୍ଥାତ୍‍ “ଫିଟିଯା।”


ଆଉ ପିଲାର ହାତ ଧରି ତାହାକୁ କହିଲେ, “ଟଲିଥାକୁମ୍,” ଅର୍ଥାତ୍‍ “ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍।”


ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।


ଏଥିରେ ସେ କହିଲେ, “ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ;” ସେମାନେ ଯଦି ତୁମ୍ଭକୁ ବିଶ୍ୱାସ ନ କରିବେ


ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା।


ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠରୋଗୀମାନେ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ।”


Swiv nou:

Piblisite


Piblisite