Biblia Todo Logo
Bib sou entènèt

- Piblisite -




ମାଥିଉ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ଯୀଶୁ ତାହାକୁ କହିଲେ, “ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ନିଜକୁ ଯାଜକଙ୍କୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଯୀଶୁ ତାହାକୁ କହିଲେ, ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କୁ ନିଜକୁ ଦେଖାଅ, ପୁଣି ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର।

Gade chapit la Kopi

ଓଡିଆ ବାଇବେଲ

4 ଆଉ ଯୀଶୁ ତାହାକୁ କହିଲେ, ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଯୀଶୁ ତାକୁ କହିଲେ, “ଶୁଣ, ତୁମେ କିପରି ଭଲ ହେଲ, କାହାକୁ ଜଣାଅ ନାହିଁ; କିନ୍ତୁ ସିଧା ପୁରୋହିତ ପାଖକୁ ଯାଇ ନିଜକୁ ପରୀକ୍ଷା କରାଇ ନିଅ ଏବଂ ତୁମେ ସୁସ୍ଥ ହୋଇଛ ବୋଲି ସମସ୍ତଙ୍କୁ ଜଣାଇବା ପାଇଁ ମୋଶାଙ୍କ ନିରୂପିତ ବଳି ଉର୍ସ୍ଗ କର।”

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ଯୀଶୁ ତାହାକୁ କହିଲେ, “ଦେଖ, ଏ ବିଷୟରେ କାହାକୁ କିଛି କୁହ ନାହିଁ, ବରଂ ଯାଜକଙ୍କ ପାଖକୁ ଯାଅ ଓ ନିଜକୁ ଦେଖାଅ। ମୋଶାଙ୍କ ଆଦେଶ ଅନୁସାରେ ଦାନ ଦିଅ। ଏହା ଦ୍ୱାରା ଲୋକଙ୍କୁ ଦେଖେଇ ଦିଆଯାଇ ପାରିବ ଯେ ତୁମ୍ଭେ ଭଲ ହୋଇ ଯାଇଛ।”

Gade chapit la Kopi




ମାଥିଉ 8:4
31 Referans Kwoze  

ପୁଣି, ସେ ସେମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।” ଆଉ ସେମାନେ ଯାଉ ଯାଉ ଶୁଚି ହେଲେ।


ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, “କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର।”


ପୁଣି, ଏ ବିଷୟ କାହାରିକୁ ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ।


ତହିଁରେ ସେମାନଙ୍କର ଆଖି ଫିଟିଗଲା। ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, “ଦେଖ, ଏ ବିଷୟ ଯେପରି କେହି ନ ଜାଣେ।”


ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ।”


ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ।


ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ନ ଉଠିବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକୁ କୁହ ନାହିଁ।”


ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ।


ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ।


ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି।


ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।


କିନ୍ତୁ ମୁଁ ନିଜର ଗୌରବ ଅନ୍ୱେଷଣ କରେ ନାହିଁ; ଯେ ଅନ୍ୱେଷଣ କରନ୍ତି ଓ ବିଚାର କରନ୍ତି, ଏପରି ଜଣେ ଅଛନ୍ତି।


ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।


ମୁଁ ମନୁଷ୍ୟମାନଙ୍କଠାରୁ ଗୌରବ ଗ୍ରହଣ କରେ ନାହିଁ,


ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ।


ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକୁ କିଛି ନ କହିବାକୁ ଦୃଢ଼ରୂପେ ଆଜ୍ଞା ଦେଲେ।


ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ।


ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ।” ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ।


କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।


ଯଦି ସେହି ଦାଗ ବସ୍ତ୍ରରେ କି ଚର୍ମରେ, ଟାଣୀରେ କି ପଡୀୟାଣରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ।


ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ।


ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାହା ଯାହା ଦେଖିଅଛ, ସେହିସବୁ ମୃତମାନଙ୍କ ମଧ୍ୟରୁ ମନୁଷ୍ୟପୁତ୍ରଙ୍କ ପୁନରୁତ୍ଥାନ ନ ହେବା ପର୍ଯ୍ୟନ୍ତ କାହାରିକୁ କୁହ ନାହିଁ।


ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ବରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ। ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ।


ଏଥିରେ ତାହାର ପିତାମାତା ଆଚମ୍ଭିତ ହେଲେ; କିନ୍ତୁ ସେହି ଘଟଣାର କଥା କାହାକୁ ନ କହିବା ପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ।


ସେଥିରେ ସେ ଏହା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ,


Swiv nou:

Piblisite


Piblisite