Biblia Todo Logo
Bib sou entènèt

- Piblisite -




ମାଥିଉ 8:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି।

Gade chapit la Kopi

ଓଡିଆ ବାଇବେଲ

6 ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 “ପ୍ରଭୁ, ମୋର ଜରେ କର୍ମଚାରୀ ରୋଗ ଶଯ୍ୟାରେ ପଡ଼ିଛି। ସେ ହଲଚଲ ହୋଇପାରୁ ପାହିଁ, ବଡ଼ କଷ୍ଟ ଭୋଗୁଛି।”

Gade chapit la Kopi

ପବିତ୍ର ବାଇବଲ

6 ସେ ବିନୟ ପୂର୍ବକ କହିଲେ, “ପ୍ରଭୁ, ମୋର ଦାସ ରୋଗରେ ପୀଡ଼ିତ ହୋଇ ଘରେ ବିଛଣାରେ ପଡ଼ିଛି। ତାକୁ ପକ୍ଷାଘାତ ରୋଗ ହୋଇଛି ଓ ସେ ଭୀଷଣ କଷ୍ଟ ପାଉଛି।”

Gade chapit la Kopi




ମାଥିଉ 8:6
12 Referans Kwoze  

ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର।


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।


ସେ ସ୍ଥାନରେ ସେ ଏନୀୟ ନାମକ ଜଣେ ଲୋକଙ୍କର ଦେଖାପାଇଲେ, ସେ ଆଠ ବର୍ଷ ପର୍ଯ୍ୟନ୍ତ ଶଯ୍ୟାଶାୟୀ ଥିଲେ; ତାହାଙ୍କୁ ପକ୍ଷାଘାତ ହୋଇଥିଲା।


ବିଶେଷ ଭାବରେ ସେ ମୋହର ଜଣେ ପ୍ରିୟ ଭାଇ, ଅତଏବ, ପ୍ରଭୁଙ୍କଠାରେ ଓ ଶାରୀରିକ ଭାବରେ ସେ ତୁମ୍ଭ ଓ ମୋ ପ୍ରତି କେତେ ଅଧିକ ପ୍ରିୟ ନ ହେବ।


ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର। ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ।


ତାହାଙ୍କ ସାଙ୍ଗରେ କଥା କହୁଥିବା ଦୂତ ଗଲା ପରେ ସେ ଆପଣା ଗୃହର ଦାସମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ, ପୁଣି, ତାହାଙ୍କର ସେବା କରୁଥିବା ସୈନ୍ୟମାନଙ୍କ ମଧ୍ୟରୁ ଜଣେ ଭକ୍ତ ସୈନ୍ୟକୁ ଡାକିଲେ,


କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ।


ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା।”


ସେ ତାହାକୁ କହିଲେ, “ମୁଁ ଯାଇ ତାହାକୁ ସୁସ୍ଥ କରିବି।”


Swiv nou:

Piblisite


Piblisite