Biblia Todo Logo
Bib sou entènèt

- Piblisite -




ମାଥିଉ 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ଶତ-ସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ଶତସେନାପତି ଉତ୍ତର ଦେଲେ, ପ୍ରଭୋ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ଶତସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋ' ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ସେନାପତି କହିଲା, “ନା, ପ୍ରଭୁ, ଆପଣ ମୋ’ ଘରକୁ ଆସିବେ, ମୁଁ ଏହାର ଯୋଗ୍ୟ ନୁହେଁ। ଆପଣ କେବଳ ପଦଟିଏ କହି ଦିଅନ୍ତୁ, ମୋ’ କର୍ମଚାରୀ ଭଲ ହୋଇଯିବ।

Gade chapit la Kopi

ପବିତ୍ର ବାଇବଲ

8 ସେନାପତି ଉତ୍ତର ଦେଲେ, “ପ୍ରଭୁ, ଆପଣ ଯେ ମୋ’ ଘରକୁ ଆସିବେ, ତାହାପାଇଁ ମୁଁ ଯୋଗ୍ୟ ନୁହେଁ। ଆପଣ କେବଳ ଆଦେଶ ଦେଇ ଦିଅନ୍ତୁ, ମୋର ଦାସ ଭଲ ହୋଇଯିବ।

Gade chapit la Kopi




ମାଥିଉ 8:8
18 Referans Kwoze  

ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, ପୁଣି, ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି।


ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା ମାତ୍ରେ ସ୍ଥିତି ହେଲା।


ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।


ସେ ମୋʼ ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।


କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ।


ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ।


ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ; ମୋତେ ତୁମ୍ଭର ଜଣେ ମୂଲିଆ ପରି ରଖ।


କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, “ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି?”


“ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।”


ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;


ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟି ମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।


ସେ ତାହାକୁ କହିଲେ, “ମୁଁ ଯାଇ ତାହାକୁ ସୁସ୍ଥ କରିବି।”


କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ।


Swiv nou:

Piblisite


Piblisite