Biblia Todo Logo
Bib sou entènèt

- Piblisite -




ମାଥିଉ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ।

Gade chapit la Kopi

ଓଡିଆ ବାଇବେଲ

9 କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ମୋର ଉପରିସ୍ଥ କର୍ମଚାରୀଙ୍କ ଅଧୀନରେ ମୁଁ କାମ କଲେ ସୁଦ୍ଧା ମୋ’ ଅଧୀନରେ ଅନେକ ସୈନିକ ଅଛନ୍ତି। ସେମାନେଙ୍କ ଭିତରୁ ଜଣେକୁ ଯଦି ମୁଁ ‘ଯାଅ’ ବୋଲି ଆଦେଶ ଦିଏ, ସେ ଯାଏ। ଅନ୍ୟ ଜଣକୁ ‘ଆସ’ ବୋଲି କହିଲେ, ସେ ଆସେ। ମୋର ଦାସକୁ ‘ଏହା କର’ ବୋଲି କହିବା ମାତ୍ର ସେ ତାହା କରିଥାଏ।”

Gade chapit la Kopi

ପବିତ୍ର ବାଇବଲ

9 ମୁଁ ମଧ୍ୟ ଜଣେ ବଡ଼ ଅଧିକାରୀଙ୍କ ଅଧୀନରେ କାମ କରୁଛି। ମୋ’ ଅଧୀନରେ କେତେକ ସୈନ୍ୟ ଅଛନ୍ତି। ମୁଁ ଜଣେ ସୈନିକକୁ ଯଦି କୁହେ, ‘ଯାଅ’, ତେବେ ସେ ଗ୍ଭଲିଯାଏ। ଅନ୍ୟଜଣକୁ ମୁଁ ଯଦି କୁହେ, ‘ଆସ’, ତେବେ ସେ ଆସେ। ମୋର ଦାସକୁ ମୁଁ ଯଦି କୁହେ, ‘ଏହା କର’ ତେବେ ସେ ତାହା କରେ। ତୁମ୍ଭର ମଧ୍ୟ ଏଭଳି ଶକ୍ତି ଅଛି ବୋଲି ମୁଁ ଜାଣେ।”

Gade chapit la Kopi




ମାଥିଉ 8:9
17 Referans Kwoze  

ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,


ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।


କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ମଧ୍ୟ ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ଆଉ, ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ।


ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ।


ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;


ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ।


କିନ୍ତୁ ଶତ-ସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।


ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।


ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।


ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।


Swiv nou:

Piblisite


Piblisite