Biblia Todo Logo
Bib sou entènèt

- Piblisite -




ମୀଖା 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଲାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଳାଇ ଆସି ପୃଥିବୀର ଉଚ୍ଚସ୍ଥଳୀ-ସକଳ ଉପରେ ଗମନ କରିବେ।

Gade chapit la Kopi

ଓଡିଆ ବାଇବେଲ

3 କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଳାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।

Gade chapit la Kopi

ପବିତ୍ର ବାଇବଲ

3 ଦେଖ, ସଦାପ୍ରଭୁ ତାଙ୍କ ସ୍ଥାନରୁ ବାହାରି ଆସୁଛନ୍ତି। ସେ ଏହି ଭୂମିର ଉଚ୍ଚସ୍ଥାନମାନଙ୍କରେ ବିଚରଣ କରିବାକୁ ଓହ୍ଲାଇ ଆସୁଛନ୍ତି।

Gade chapit la Kopi




ମୀଖା 1:3
15 Referans Kwoze  

କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି। ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।


କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।


ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;


ପ୍ରଭୁ ସଦାପ୍ରଭୁ ମୋର ବଳ ସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ।


ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।


ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି।


କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱ ସ୍ଥାନରେ ଦଳିତ ହେବ।


ପ୍ରତ୍ୟେକ ଗର୍ବୀକୁ ଅନାଇ ତାହାକୁ ନତ କର; ଦୁଷ୍ଟମାନଙ୍କୁ ସେମାନଙ୍କ ଠିଆ ହେବା ସ୍ଥାନରେ ଦଳି ପକାଅ।


ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।


ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।


କାରଣ ଯେ ପୃଥିବୀକୁ ସ୍ପର୍ଶ କରନ୍ତେ, ତାହା ତରଳି ଯାଏ, ଆଉ ତନ୍ନିବାସୀ ସମସ୍ତେ ଶୋକ କରନ୍ତି; ସେ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଅଟନ୍ତି; ପୁଣି, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ପରି ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ପୁନର୍ବାର ହ୍ରାସ ହେବ।


Swiv nou:

Piblisite


Piblisite