Biblia Todo Logo
Bib sou entènèt

- Piblisite -




ମୀଖା 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ତାହାର କ୍ଷତ ଅପ୍ରତିକାର୍ଯ୍ୟ; ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ହିଁ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ଵାର, ଯିରୂଶାଲମ ପର୍ଯ୍ୟନ୍ତ ହିଁ ପହଞ୍ଚୁଅଛି।

Gade chapit la Kopi

ଓଡିଆ ବାଇବେଲ

9 କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।

Gade chapit la Kopi

ପବିତ୍ର ବାଇବଲ

9 ଶମରିୟାର କ୍ଷତ କେବେ ପୂରଣ ହେବ ନାହିଁ। ତା'ର ପାପ ଯିହୁଦା ପର୍ଯ୍ୟନ୍ତ ବ୍ୟାପି ଅଛି। ଆଉ ମଧ୍ୟ ତାହା ମୋ’ ଲୋକମାନଙ୍କର ନଗରଦ୍ୱାର ଯିରୁଶାଲମ ପର୍ଯ୍ୟନ୍ତ ବ୍ୟାପିଅଛି।

Gade chapit la Kopi




ମୀଖା 1:9
15 Referans Kwoze  

କାରଣ ମାରୋତ୍‍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।


ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି? ତୁମ୍ଭେ କି ମୋʼ ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ?


ସିୟୋନର ନଗରଦ୍ୱାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।


ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠିଯାଇ ଔଷଧ ନିଅ। ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ।


ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।


ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ?


ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍‍‌‌ହେରୀବ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।


ତହିଁରେ ଅଶୂରର ରାଜା ରବ୍‍ଶାକିକୁ ମହାସୈନ୍ୟ ସହିତ ଲାଖୀଶ୍‍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା। ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।


Swiv nou:

Piblisite


Piblisite