Biblia Todo Logo
Bib sou entènèt

- Piblisite -




ମୀଖା 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି-ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେପରି ମନୁଷ୍ୟ-ବାହୁଲ୍ୟ ହେତୁରୁ ସେମାନେ ମହାଶଦ୍ଦ କରିବେବ।

Gade chapit la Kopi

ଓଡିଆ ବାଇବେଲ

12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି-ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।

Gade chapit la Kopi

ପବିତ୍ର ବାଇବଲ

12 ହେ ଯାକୁବର ଲୋକମାନେ, ଆମ୍ଭେ ତୁମ୍ଭର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରିବା। ଆଉ ମଧ୍ୟ ଇସ୍ରାଏଲର ଅବଶିଷ୍ଟ ଲୋକମାନଙ୍କୁ ଏକାଠି କରିବା। ପଶୁମାନଙ୍କୁ ଖୁଆଡ଼ରେ ଓ ଗ୍ଭରଣଭୂମିରେ ମେଷମାନଙ୍କୁ ଏକତ୍ରିତ କଲାପରି ସେମାନଙ୍କୁ ସମବେତ କରାଇବା। ସେତେବେଳେ ସେ ସ୍ଥାନଟି ଲୋକ ଗହଳିରେ ମୁଖରିତ ଓ କୋଳାହଳପୂର୍ଣ୍ଣ ହେବ।

Gade chapit la Kopi




ମୀଖା 2:12
28 Referans Kwoze  

ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ପଲ ପରି ସେମାନଙ୍କର ପୁରୁଷଗଣଙ୍କୁ ବୃଦ୍ଧି କରିବା।


ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।


ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍‍, ଏକାକୀ ବାସକାରୀ ଆପଣା ପୈତୃକ ଅଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବକାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।


ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।


ମାତ୍ର ଆମ୍ଭେ ତୈମନ୍‍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”


ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।


ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;


ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


ଏଥିପାଇଁ ଆମ୍ଭେ ଆପଣା ପଲକୁ ରକ୍ଷା କରିବା, ତହିଁରେ ସେମାନେ ଆଉ ଲୁଟିତ ହେବେ ନାହିଁ; ପୁଣି, ଆମ୍ଭେ ମେଷର ଓ ମେଷର ମଧ୍ୟରେ ବିଚାର କରିବା।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ୱେଷଣ କରି ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା।


ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହି ସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।


ସଦାପ୍ରଭୁଙ୍କ ଖଡ୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ।


ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ।


ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍‍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।


ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।


ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍‍ ରାଜତ୍ୱ କଲା।


ସେହି ସମୟରେ ମେଷଶାବକମାନେ ଆପଣା ଚରାସ୍ଥାନରେ ଚରିବା ପରି ଚରିବେ, ପୁଣି, ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ୱଂସସ୍ଥାନ ଭୋଗ କରିବେ।


ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।


ପୁଣି, ହେ ପଲର ଦୁର୍ଗ, ହେ ସିୟୋନ କନ୍ୟାର ଗିରି, ତାହା ତୁମ୍ଭ ନିକଟକୁ ଆସିବ, ହଁ ପୂର୍ବକାଳର ରାଜ୍ୟ, ଯିରୂଶାଲମ କନ୍ୟାର ରାଜ୍ୟ ଆସିବ।


ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।


ଯେତେବେଳେ ବେଲାଙ୍କ ମୃତ୍ୟୁୁ ହେଲା, ଆଉ ବେଲାଙ୍କ ମୃତ୍ୟୁୁ ହୁଅନ୍ତେ ତହୁଁ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍‍ ତାଙ୍କର ପଦରେ ରାଜ୍ୟ କଲେ।


ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତ ସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି ସ୍ଥାନରେ ଚରାଇବା।


ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା,” ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite