Biblia Todo Logo
Bib sou entènèt

- Piblisite -




ମୀଖା 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟ‌ଦ୍‌ବକ୍ତାଗଣ ଭବିଷ୍ୟ‌ଦ୍‌ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”

Gade chapit la Kopi




ମୀଖା 3:11
39 Referans Kwoze  

“ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।


ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।


ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, “ଶାନ୍ତି ଶାନ୍ତି” ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:


‘ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର,’ ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।


ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;


ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।


ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।


କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।


ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟ ଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ।


ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”


ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।


ମଦ୍ୟପାୟୀ କି ବିବାଦ-ପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,


ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି, ‘ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ; କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ,’ ସେସମସ୍ତେ ଖଡ୍ଗ ଦ୍ୱାରା ହତ ହେବେ।


ସେମାନଙ୍କର ପେୟଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।


ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।


ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।


ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।


ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜ୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।


ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।


ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ, ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ।


ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର!


ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’”


ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ?


ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।


ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର; ତହିଁରେ ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।


ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ଶିକ୍ଷାରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ।”


ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ୍‍ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ।


ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ, ‘ଏ ତ ସେ ନୁହନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;


ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।


Swiv nou:

Piblisite


Piblisite