Biblia Todo Logo
Bib sou entènèt

- Piblisite -




ମୀଖା 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, “ଶାନ୍ତି ଶାନ୍ତି” ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି: ଯିହି. ୧୩:୧୦,୧୯

Gade chapit la Kopi

ଓଡିଆ ବାଇବେଲ

5 ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:

Gade chapit la Kopi

ପବିତ୍ର ବାଇବଲ

5 କେତେକ ଭବିଷ୍ୟ‌ଦ୍‌ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି, “ଏହି ଭବିଷ୍ୟ‌ଦ୍‌ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି। କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି।

Gade chapit la Kopi




ମୀଖା 3:5
25 Referans Kwoze  

ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।


ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।


କାରଣ ଏହିପରି ଲୋକମାନେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।


ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।”


ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!


ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”


ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।


ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍‍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି।


ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି।


ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।


ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ।


“ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ,” “ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।”


ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


ପୁଣି, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ପୁଣି, ତୁମ୍ଭେ ଦିନ ବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍‍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।


Swiv nou:

Piblisite


Piblisite