Biblia Todo Logo
Bib sou entènèt

- Piblisite -




ମୀଖା 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ହେ ସିୟୋନ କନ୍ୟେ, ତୁମ୍ଭେ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀ ପରି ବ୍ୟଥିତା ହୋଇ ପ୍ରସବ କରିବାକୁ ଯତ୍ନ କର; କାରଣ ଏବେ ତୁମ୍ଭେ ନଗରରୁ ବାହାରିଯାଇ ପଦାରେ ବାସ କରିବ ଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ; ସେଠାରେ ତୁମ୍ଭେ ଉଦ୍ଧାର ପାଇବ; ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁ ତୁମ୍ଭକୁ ମୁକ୍ତ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ହେ ସିୟୋନ କନ୍ୟେ, ତୁମ୍ଭେ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀ ପରି ବ୍ୟଥିତା ହୋଇ ପ୍ରସବ କରିବାକୁ ଯନି କର; କାରଣ ଏବେ ତୁମ୍ଭେ ନଗରରୁ ବାହାରି ଯାଇ ପଦାରେ ବାସ କରିବ ଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ; ସେଠାରେ ତୁମ୍ଭେ ଉଦ୍ଧାର ପାଇବ; ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁ ତୁମ୍ଭକୁ ମୁକ୍ତ କରିବେ।

Gade chapit la Kopi

ଓଡିଆ ବାଇବେଲ

10 ହେ ସିୟୋନ କନ୍ୟେ, ତୁମ୍ଭେ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀ ପରି ବ୍ୟଥିତା ହୋଇ ପ୍ରସବ କରିବାକୁ ଯତ୍ନ କର; କାରଣ ଏବେ ତୁମ୍ଭେ ନଗରରୁ ବାହାରି ଯାଇ ପଦାରେ ବାସ କରିବ ଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ; ସେଠାରେ ତୁମ୍ଭେ ଉଦ୍ଧାର ପାଇବ; ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁ ତୁମ୍ଭକୁ ମୁକ୍ତ କରିବେ।

Gade chapit la Kopi

ପବିତ୍ର ବାଇବଲ

10 ହେ ସିୟୋନର କନ୍ୟା, ତୁମ୍ଭେ ପ୍ରସବ ବେଦନା ଅନୁଭବ କରି ସନ୍ତାନ ଜନ୍ମ ଦିଅ। ତୁମ୍ଭେ ନଗରର ବାହାରକୁ ଯାଅ ଏବଂ କ୍ଷେତ୍ରରେ ବାସ କର। ତୁମ୍ଭେ ବାବିଲୋନ ଯିବ। କିନ୍ତୁ ସେ ସ୍ଥାନରେ ତୁମ୍ଭେ ସୁରକ୍ଷିତ ହେବ। ଆଉ ମଧ୍ୟ ସଦାପ୍ରଭୁ ସେଠାକୁ ଯିବେ ଓ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭମାନଙ୍କୁ ଶତ୍ରୁମାନଙ୍କଠାରୁ ଦୂରେଇ ନେବେ।

Gade chapit la Kopi




ମୀଖା 4:10
27 Referans Kwoze  

ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”


ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ-ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ ନୁହେଁ।


ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।


ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ିଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲ୍‍ଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।


ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”


ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥିନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିବା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଷପକ୍ଷୀର ଦୁଇଟି ଡେଣା ଦିଆ ହେଲା।


ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହାଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”


ପୁଣି, ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା ଓ ଆମ୍ଭେ ତୁମ୍ଭକୁ ଭୟାନକ ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।”


ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ।


ପୁଣି, ସେ ଖଡ୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ;


ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲକୁ ନେଇଗଲେ।


ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ।


ଏହେତୁ ଆମ୍ଭ ଦ୍ୱାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।


କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।


ତହିଁରେ ବାବିଲର ରାଜା ହମାତ୍‍ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।


ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।


“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ‘ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।’”


କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ଛିତ ହେଲା।”


“ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍‍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ ଛିଦ୍ରରେ ଲୁଚାଇ ରଖ।”


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


Swiv nou:

Piblisite


Piblisite