Biblia Todo Logo
Bib sou entènèt

- Piblisite -




ମୀଖା 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ସେମାନେ ସଦାପ୍ରଭୁଙ୍କର ସଂକଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ସେମାନେ ସଦାପ୍ରଭୁଙ୍କର ସଙ୍କଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟ ବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ମାତ୍ର ସେମାନେ ସଦାପ୍ରଭୁଙ୍କର ସଂକଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟ ବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

12 ସେହି ଲୋକମାନଙ୍କର ନିଜର ମନ୍ତ୍ରଣା ଅଛି। କିନ୍ତୁ ସେମାନେ ସଦାପ୍ରଭୁଙ୍କର ମନ୍ତ୍ରଣା ଜାଣନ୍ତି ନାହିଁ। ସଦାପ୍ରଭୁ ସେମାନଙ୍କୁ ଏକ ସ୍ୱତନ୍ତ୍ର ଉଦ୍ଦେଶ୍ୟରେ ଏଠାକୁ ଆଣିଛନ୍ତି, ସେମାନଙ୍କୁ ଶସ୍ୟ ଖଳାରେ ଶସ୍ୟ ପେଶିଲା ପରି ଦଳି ଦେବେ।

Gade chapit la Kopi




ମୀଖା 4:12
15 Referans Kwoze  

ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ।


କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।


ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ।


ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।


ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି।


ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।


ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକସମୂହ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍‍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ୱପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ।


ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;


ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।”


Swiv nou:

Piblisite


Piblisite