Biblia Todo Logo
Bib sou entènèt

- Piblisite -




ମୀଖା 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ଵରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା। କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା। କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।

Gade chapit la Kopi

ପବିତ୍ର ବାଇବଲ

2 ବିଭିନ୍ନ ଗୋଷ୍ଠୀରୁ ଲୋକମାନେ ସେଠାକୁ ଯିବେ ଏବଂ କହିବେ, “ଆସ, ସଦାପ୍ରଭୁଙ୍କ ପର୍ବତକୁ ଯିବା। ଗ୍ଭଲ ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଯିବା। ସେତେବେଳେ ପରମେଶ୍ୱର ତାଙ୍କ ପଥ ବିଷୟରେ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଏବଂ ଆମ୍ଭେମାନେ ସେହିସବୁକୁ ଅନୁସରଣ କରିବା।” ପରମେଶ୍ୱରଙ୍କଠାରୁ ଶିକ୍ଷା ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମର ସିୟୋନ ପର୍ବତରୁ ଆରମ୍ଭ ହେବ ଏବଂ ତାହା ସମଗ୍ର ପୃଥିବୀରେ ପ୍ରସାରିତ ହେବ।

Gade chapit la Kopi




ମୀଖା 4:2
35 Referans Kwoze  

ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।


କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ‘ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ, ଏପରି ଦିନ ଆସିବ।’”


କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”


ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।


ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।


କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ବରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।


ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,


ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।


କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।]


ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ।


ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାର ଦିନରେ ସେହିସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ।


ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ‘ସମସ୍ତେ ଈଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ।’ ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ।


ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି।


ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।


ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”


ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।


ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।


ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ।


“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।


ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।


ତହିଁରେ କେଉଁ ପଥ ଆମ୍ଭମାନଙ୍କର ଗନ୍ତବ୍ୟ ଓ କେଉଁ କର୍ମ ଆମ୍ଭମାନଙ୍କର କର୍ତ୍ତବ୍ୟ, ଏହା ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଜ୍ଞାତ କରାଇବେ।”


ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।


Swiv nou:

Piblisite


Piblisite