Biblia Todo Logo
Bib sou entènèt

- Piblisite -




ମୀଖା 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ; କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ; କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି।

Gade chapit la Kopi

ଓଡିଆ ବାଇବେଲ

4 ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ; କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି।

Gade chapit la Kopi

ପବିତ୍ର ବାଇବଲ

4 ପ୍ରତ୍ୟେକ ବ୍ୟକ୍ତି ନିଜ ନିଜ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟଭୀତ କରାଇବେ ନାହିଁ। କାରଣ ସର୍ବଶକ୍ତିମାନ ସଦାପ୍ରଭୁ ଏହା ହିଁ ଘଟିବ ବୋଲି କହିଲେ।

Gade chapit la Kopi




ମୀଖା 4:4
25 Referans Kwoze  

ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।”


ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରିବୃକ୍ଷ ମୂଳରେ ନିରାପଦରେ ବାସ କଲେ।


ପୁଣି, ସେମାନେ ଯେତେବେଳେ ଆପଣାମାନଙ୍କ ଦେଶରେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ନ ଦେଖାଇବ, ଯେତେବେଳେ ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରୁ ସେମାନଙ୍କୁ ପୁନର୍ବାର ଆଣିବା ଓ ସେମାନଙ୍କ ଶତ୍ରୁଗଣର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା, ଆଉ ଅନେକ ଗୋଷ୍ଠୀ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା;


ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”


ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ; ତୁମ୍ଭେ ଉପଦ୍ରବଠାରୁ ଦୂରରେ ରହିବ, କାରଣ ତୁମ୍ଭେ ଭୀତ ହେବ ନାହିଁ; ପୁଣି ତ୍ରାସଠାରୁ ଦୂରରେ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।


ପୁଣି, ସେମାନେ ଆଉ ଅନ୍ୟଦେଶୀୟମାନଙ୍କର ଲୁଟ ସ୍ୱରୂପ ହେବେ ନାହିଁ, କିଅବା ପୃଥିବୀସ୍ଥ ପଶୁମାନେ ସେମାନଙ୍କୁ ଗ୍ରାସ କରିବେ ନାହିଁ; ମାତ୍ର ସେମାନେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ଦେଖାଇବେ ନାହିଁ।


ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା: କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।”


ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”


ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ;


ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ।


ହେ ସଦାପ୍ରଭୋ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।


ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ।


ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ; ବରଞ୍ଚ ଅନେକେ ତୁମ୍ଭ ନିକଟରେ ନିବେଦନ କରିବେ।


ଧର୍ମ ଦ୍ୱାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ।


ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେହି ଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ, କାରଣ ସଦାପ୍ରଭୁ ଏହା କହିଅଛନ୍ତି।’”


ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର;


“ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରିଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।


ଏହେତୁ ଦେଖନ୍ତୁ, ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ମୁଁ ଗୋଟିଏ ଗୃହ ନିର୍ମାଣ କରିବାକୁ ମନସ୍ଥ କରୁଅଛି, କାରଣ ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଥିଲେ, ‘ଆମ୍ଭେ ତୁମ୍ଭ ବଦଳେ ତୁମ୍ଭର ଯେଉଁ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା, ସେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’


ହଠାତ୍‍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ।


ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ; ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ।


ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ, ଏହା ସଦାପ୍ରଭୁ କହନ୍ତି।


ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।


ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।”


Swiv nou:

Piblisite


Piblisite