Biblia Todo Logo
Bib sou entènèt

- Piblisite -




ମୀଖା 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ଵ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;

Gade chapit la Kopi

ପବିତ୍ର ବାଇବଲ

12 ତୁମ୍ଭେମାନେ ଆଉ କୁହୁଳ ବିଦ୍ୟା ଦେଖାଇ ପାରିବ ନାହିଁ କି ଜ୍ୟୋତିଷ ପରି ଭବିଷ୍ୟ‌ଦ୍‌ବାଣୀ ଶୁଣାଇ ପାରିବ ନାହିଁ।

Gade chapit la Kopi




ମୀଖା 5:12
14 Referans Kwoze  

କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।


ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।


ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ।


ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ-ପ୍ରତିମାସବୁ ଆଉ ଉଠିବେ ନାହିଁ।


କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେହିପରି କରିବାକୁ ଦେଇ ନାହାନ୍ତି।


ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ୱାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ଡବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, “ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା।”


ପୁଣି, ସେମାନେ ତୁମ୍ଭର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ଓ ଅନେକ ସ୍ତ୍ରୀଲୋକଙ୍କ ସାକ୍ଷାତରେ ତୁମ୍ଭ ଉପରେ ଦଣ୍ଡାଜ୍ଞା ସଫଳ କରିବେ; ପୁଣି, ଆମ୍ଭେ ତୁମ୍ଭକୁ ବ୍ୟଭିଚାର କ୍ରିୟାରୁ ନିବୃତ୍ତ କରାଇବା, ତୁମ୍ଭେ ମଧ୍ୟ ଆଉ ଭଡ଼ା ଦେବ ନାହିଁ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।


ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।


Swiv nou:

Piblisite


Piblisite