Biblia Todo Logo
Bib sou entènèt

- Piblisite -




ମୀଖା 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତି ସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତିସ୍ଵରୂପ ହେବେନ୍ତ ଯେଉଁ ସମୟରେ ଅଶୂର ଆମ୍ଭମାନଙ୍କ ଦେଶକୁ ଆସିବ ଓ ଆମ୍ଭମାନଙ୍କ ଅଟ୍ଟାଳିକା-ମାନରେ ପଦାର୍ପଣ କରିବ, ସେସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକ ଉତ୍ଥାପନ କରିବା।

Gade chapit la Kopi

ଓଡିଆ ବାଇବେଲ

5 ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତିସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍‍ଥାପନ କରିବା।

Gade chapit la Kopi

ପବିତ୍ର ବାଇବଲ

5 ସେଠାରେ ଶାନ୍ତି ବିରାଜିତ ହେବ। ଯଦି ଅଶୂରୀୟ ଗୋଷ୍ଠୀ ଆମ୍ଭ ଦେଶକୁ ଆସିବେ ଏବଂ ଆମ୍ଭ ରାଜ୍ୟକୁ ଆକ୍ରମଣ କରିବେ, ତେବେ ଆମ୍ଭେ ଇସ୍ରାଏଲର ସାତ ଜଣ ମେଷପାଳକ ଓ ଆଠଜଣ ପ୍ରଧାନ ଲୋକଙ୍କୁ ନିର୍ବାଚନ କରିବୁ।

Gade chapit la Kopi




ମୀଖା 5:5
31 Referans Kwoze  

“ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।”


“ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ଓ ଆମ୍ଭେ ଅଧ୍ୟକ୍ଷଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା ବଂଶର ତତ୍ତ୍ୱାନୁସନ୍ଧାନ କରିଅଛନ୍ତି ଓ ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ୱ ତୁଲ୍ୟ କରିବେ।


ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।


ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।


ସାତଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ।


ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଙ୍କଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।


ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍‍ଗମନ କଲେ।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।


ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”


ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱ ସ୍ଥାନରେ, ଅର୍ଥାତ୍‍, ଯିରୂଶାଲମରେ ବାସ କରିବ।


କାରଣ ଆମ୍ଭେ ଆପଣା ନିମନ୍ତେ ଧନୁ ସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀର ସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍‍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ୍ଗ ସ୍ୱରୂପ କରିବା।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;


ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ-ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟବିଚାର ଓ ଧର୍ମ ପ୍ରଚଳିତ କରିବେ।


ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।


ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତ ପରି ଶତ୍ରୁ ମାଡ଼ି ଆସିବ।


ଆମ୍ଭେ କୋରସ୍‍ ବିଷୟରେ କହୁ, ‘ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ;’ ସେ ଯିରୂଶାଲମ ବିଷୟରେ କହିବ, ‘ତାହା ପୁନଃନିର୍ମିତ ହେବ’ ଓ ମନ୍ଦିରକୁ କହିବ, ‘ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।’”


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି, ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି;


ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ।


ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।


ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।


ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”


ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗ ସମୂହକୁ ପ୍ରହାର କରିବେ ଓ ନୀଳ ନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ।


Swiv nou:

Piblisite


Piblisite