Biblia Todo Logo
Bib sou entènèt

- Piblisite -




ମୀଖା 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ସେମାନେ ଖଡ୍ଗ ଦ୍ୱାରା ଅଶୂରୀୟର ଦେଶ ଓ ନିମ୍ରୋଦ୍‍ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ; ପୁଣି, ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସି ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ ସେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ସେମାନେ ଖଡ଼୍‍ଗ ଦ୍ଵାରା ଅଶୂର ଦେଶ ଓ ନିମ୍ରୋଦ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ; ପୁଣି, ଅଶୂର ଆମ୍ଭମାନଙ୍କ ଦେଶକୁ ଆସି ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ ସେ ତାହାଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ସେମାନେ ଖଡ୍ଗ ଦ୍ୱାରା ଅଶୂରୀୟର ଦେଶ ଓ ନିମ୍ରୋଦ୍‍ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ; ପୁଣି, ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସି ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ ସେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।

Gade chapit la Kopi

ପବିତ୍ର ବାଇବଲ

6 ସେମାନେ ସେମାନଙ୍କର ‌‌ଖ‌ଡ଼୍‌ଗ ବ୍ୟବହାର କରିବେ ଓ ଅଶୂରୀୟମାନଙ୍କୁ ଶାସନ କରିବେ। ସେମାନେ ମଧ୍ୟ ନିମ୍ରୋଦ ଦେଶର ଲୋକମାନଙ୍କୁ ହସ୍ତରେ ‌‌ଖ‌ଡ଼୍‌ଗ ଧାରଣ କରି ଶାସନ କରିବେ। କିନ୍ତୁ ଇସ୍ରାଏଲର ଶାସକ ଯେଉଁ ଅଶୂରୀୟମାନେ ଆମ୍ଭ ଦେଶକୁ ଆସିବେ ଓ ଆମ୍ଭ ସୀମା ମଧ୍ୟରେ ପ୍ରବେଶ କରିବେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।

Gade chapit la Kopi




ମୀଖା 5:6
26 Referans Kwoze  

ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”


ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ,


ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି,


ପୁଣି, ସେ ଉତ୍ତର ଦିଗର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବେ ଓ ଅଶୂର ଦେଶକୁ ବିନଷ୍ଟ କରିବେ। ଆଉ, ସେ ନୀନିବୀ ସହରକୁ ଧ୍ୱଂସସ୍ଥାନ ଓ ପ୍ରାନ୍ତର ପରି ଶୁଷ୍କ କରିବେ।


ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ଭ୍ରମଣ କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ?


ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।


ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।


ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲକୁ ନେଇଗଲେ।


ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ଆସି ଇୟୋନ୍‍ ଓ ଆବେଲ୍‍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।


ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।


ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।


ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ବୁନ୍ଦା ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।


ଆଉ, କୂଶ ନିମ୍ରୋଦ୍‍କୁ ଜାତ କଲା; ସେ ପୃଥିବୀରେ ପରାକ୍ରମୀ ହେବାକୁ ଲାଗିଲା।


ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା।


କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ।


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।


ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।”


ଅନ୍ୟଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରିପାରେ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।


ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।


Swiv nou:

Piblisite


Piblisite