Biblia Todo Logo
Bib sou entènèt

- Piblisite -




ମୀଖା 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତ ଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତ ଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେ ଯଦିଓ ଶସ୍ୟ ବୁଣିବ କିନ୍ତୁ ଫସଲ ଅମଳ କରିବ ନାହିଁ। ତୁମ୍ଭେ ଅଲିଭ ଫଳ ପେଷିବ ମାତ୍ର ତୈଳ ମର୍ଦ୍ଦନ ପାଇଁ ପାଇବ ନାହିଁ। ଯଦିଓ ଦ୍ରାକ୍ଷାଫଳ ପେଷିବ, ଦ୍ରାକ୍ଷାରସ ପାନୀୟ ପାଇଁ ପାଇବ ନାହିଁ।

Gade chapit la Kopi




ମୀଖା 6:15
14 Referans Kwoze  

ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।”


ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପଥରର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;


ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।”


ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।


ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।


କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ବନ୍ଧରେ ସତ୍ୟ।


ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ।


କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;


ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍‍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।


ସେମାନଙ୍କ ସମ୍ମୁଖରେ ଛାଉଣି କରି ଘସା ପର୍ଯ୍ୟନ୍ତ ଭୂମିଜାତ ଶସ୍ୟାଦି ବିନାଶ କରନ୍ତି, ପୁଣି ଇସ୍ରାଏଲଙ୍କ ମଧ୍ୟରେ ପ୍ରାଣ ବଞ୍ଚିବାର କୌଣସି ଉପାୟ, କି ମେଷ, କି ଗୋରୁ, କି ଗଧ, କିଛି ରଖନ୍ତି ନାହିଁ।


Swiv nou:

Piblisite


Piblisite