Biblia Todo Logo
Bib sou entènèt

- Piblisite -




ମୀଖା 6:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରା ଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶଦ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।

Gade chapit la Kopi

ଓଡିଆ ବାଇବେଲ

16 କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।

Gade chapit la Kopi

ପବିତ୍ର ବାଇବଲ

16 କାହିଁକି ଏସବୁ ଘଟିବ? କାରଣ ତୁମ୍ଭେ ଅମ୍ରିଙ୍କ ବ୍ୟବସ୍ଥା ପାଳନ କରୁଛ ଏବଂ ଆହାବ ବଂଶର ପାଳିତ ସମସ୍ତ ଅବିଧିକୁ ଅନୁସରଣ କରୁଛ। ଯେହେତୁ ସେମାନଙ୍କ ପରାମର୍ଶ ଗ୍ରହଣ କରିଛ, ତେଣୁ ଆମ୍ଭେ ତୁମ୍ଭକୁ ବିନାଶ କରିବା। ଯେତେବେଳେ ସେମାନେ ତୁମ୍ଭର ବିଧ୍ୱସ୍ତ ନଗର ଦେଖିବେ ସେମାନେ ବିସ୍ମୟରେ ସିଟି ବଜାଇବେ। ଅନ୍ୟ ଗୋଷ୍ଠୀର ଲଜ୍ଜା ଅପମାନ ତୁମ୍ଭେ ବହନ କରିବ।”

Gade chapit la Kopi




ମୀଖା 6:16
31 Referans Kwoze  

‘ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।’


ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍‍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।


ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍‍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍‍ ଶବ୍ଦ କରିବ।


ସେ ମୃତ୍ୟୁକୁ ଅନନ୍ତକାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।


ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ।


ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋହର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।


ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି।


ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି।


ପୁଣି, ସେମାନେ ଯେତେବେଳେ ଆପଣାମାନଙ୍କ ଦେଶରେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ନ ଦେଖାଇବ, ଯେତେବେଳେ ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରୁ ସେମାନଙ୍କୁ ପୁନର୍ବାର ଆଣିବା ଓ ସେମାନଙ୍କ ଶତ୍ରୁଗଣର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା, ଆଉ ଅନେକ ଗୋଷ୍ଠୀ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା;


ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଯାହା ଘଟିଅଛି, ତାହା ସ୍ମରଣ କର; ଅବଲୋକନ କରି ଆମ୍ଭମାନଙ୍କ ଅପମାନ ଦେଖ।


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।


କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି।


ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,


କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ।


କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ରାଜା ଆହାବ ଯେପରି କରିଥିଲେ, ସେପରି ସେ ବାଲ୍‍ ନିମନ୍ତେ ଯଜ୍ଞବେଦିମାନ ପ୍ରସ୍ତୁତ କଲେ, ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଓ ଆକାଶସ୍ଥ ବାହିନୀ ସକଳକୁ ପୂଜା କରି ସେମାନଙ୍କର ସେବା କଲେ।


ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ।


ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)


ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ‘ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ?’


ଅର୍ଥାତ୍‍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍‍ ଶବ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି।


ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର, ଶୀସ୍‍ ଶବ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;


ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।


ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, “ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ ନାହିଁ” ତେବେ ଅପମାନ ଘୁଞ୍ଚିବ ନାହିଁ।


ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।


ତହିଁରେ ସେ ଆହାବ-ବଂଶ ଅନୁଯାୟୀ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ତାଙ୍କର ପିତାଙ୍କ ମୃତ୍ୟୁୁ ଉତ୍ତାରେ ସେମାନେ ତାଙ୍କ ବିନାଶାର୍ଥେ ତାଙ୍କର ପରାମର୍ଶଦାତା ଥିଲେ।


ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।


Swiv nou:

Piblisite


Piblisite