Biblia Todo Logo
Bib sou entènèt

- Piblisite -




ମୀଖା 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳ-ସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।

Gade chapit la Kopi

ଓଡିଆ ବାଇବେଲ

2 ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁଙ୍କର ଏକ ଅଭିଯୋଗ ଲୋକମାନଙ୍କ ବିରୁଦ୍ଧରେ ଅଛି। ତେଣୁ ହେ ପର୍ବତଗଣ ଓ ପୃଥିବୀର ସମସ୍ତ ମୂଳଦୁଆ, ସଦାପ୍ରଭୁଙ୍କର ଅଭିଯୋଗ ଶୁଣ, ଇସ୍ରାଏଲ ଭୁଲ୍ ବୋଲି ପ୍ରମାଣିତ ହେବ।”

Gade chapit la Kopi




ମୀଖା 6:2
19 Referans Kwoze  

ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।


ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।


ସଦାପ୍ରଭୁ କହନ୍ତି, “ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂର ବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହି ସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।


ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ।


ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା।


କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକୁ ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।


ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରିଦେବା,” ଏହା ସଦାପ୍ରଭୁ କହନ୍ତି।


ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,’ ଏହା ସଦାପ୍ରଭୁ କହନ୍ତି।


ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା।


ଆମ୍ଭଙ୍କୁ ସ୍ମରଣ କରାଅ; ଆମ୍ଭେମାନେ ପରସ୍ପରର ବିଚାର କରୁ; ତୁମ୍ଭେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା କଥା କୁହ।


ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋʼ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।


ଜଳସମୂହ ଯେପରି ତାହାଙ୍କ ଆଜ୍ଞାଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;


ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍‍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ।


ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ।


ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି।


ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ।


ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;


Swiv nou:

Piblisite


Piblisite