Biblia Todo Logo
Bib sou entènèt

- Piblisite -




ମୀଖା 7:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍‍, ଏକାକୀ ବାସକାରୀ ଆପଣା ପୈତୃକ ଅଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବକାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ଵରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

14 ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍‍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

14 ତେଣୁ ଅଧିକାର ଦ୍ୱାରା ତୁମ୍ଭର ଲୋକମାନଙ୍କୁ ଶାସନ କର। ତୁମ୍ଭ ରାଜ୍ୟର ଯତ୍ନ ନିଅ। ସେହି ଜାତି ଏକାକୀ ଜଙ୍ଗଲ ଓ କର୍ମିଲ ପର୍ବତ ଉପରେ ବାସ କରିବେ। ସେମାନେ ପୂର୍ବପରି ବାଶନ ଓ ଗଲିୟଦରୁ ଶସ୍ୟ ଉତ୍ପାଦନ କରି ଭୋଜନ କରିବେ।

Gade chapit la Kopi




ମୀଖା 7:14
35 Referans Kwoze  

ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ ହେବେ।


ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।


ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;


ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।


ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।


ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।


କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।


ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।


ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି।


“ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଆସିବେ।”


ସେତେବେଳେ, ପୁରାତନ କାଳର ଦିନରେ ଓ ପ୍ରାଚୀନ କାଳର ବର୍ଷରେ ଯେପରି ହେଉଥିଲା, ସେପରି ଯିହୁଦାର ଓ ଯିରୂଶାଲମର ନୈବେଦ୍ୟ ସଦାପ୍ରଭୁଙ୍କର ସନ୍ତୋଷଜନକ ହେବ।


ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।”


ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ।


ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ୱେଷଣ କରିଅଛନ୍ତି, ସେମାନଙ୍କ ନିମନ୍ତେ ଶାରୋଣ ଏକ ମେଷ ଖୁଆଡ଼ ଓ ଆଖୋର୍‍ ଉପତ୍ୟକା ଗୋପଲର ଶୟନ ସ୍ଥାନ ହେବ।


ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।


ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।


ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ।


କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।


କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ?


ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବକାଳର ମନୋହର ବିଷୟସବୁ ସ୍ମରଣ କରୁଅଛି। ଯେତେବେଳେ ତାହାର ଲୋକମାନେ ବିପକ୍ଷର ହସ୍ତରେ ପଡ଼ିଲେ ଓ କେହି ତାହାର ସାହାଯ୍ୟ କଲେ ନାହିଁ, ସେତେବେଳେ ବିପକ୍ଷଗଣ ତାହାକୁ ଦେଖି ତାହାର ଉତ୍ସନ୍ନତାରେ ଉପହାସ କଲେ।


ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍‍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।


ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ ତୁମ୍ଭେ ସୁନ୍ଦରୀ; ଓଢ଼ଣା ତଳେ ତୁମ୍ଭ ଚକ୍ଷୁ କପୋତ ତୁଲ୍ୟ; ତୁମ୍ଭର କେଶ ଗିଲୀୟଦ ପର୍ବତ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ବୃଦ୍ଧି କରିବା, ତହିଁରେ ସେମାନେ ବର୍ଦ୍ଧିଷ୍ଣୁ ହୋଇ ସନ୍ତାନସନ୍ତତି ବିଶିଷ୍ଟ ହେବେ; ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପୂର୍ବକାଳର ନ୍ୟାୟ ବସତି କରାଇବା ଓ ତୁମ୍ଭମାନଙ୍କ ପ୍ରତି ଆଦ୍ୟ କାଳ ଅପେକ୍ଷା ଅଧିକ ମଙ୍ଗଳ କରିବା। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।


ଏହି ଯେଉଁସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ଡଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଅଟେ। ପୁଣି, ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି।”


ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।


ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ।


ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଯେପର୍ଯ୍ୟନ୍ତ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ।


ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି।


Swiv nou:

Piblisite


Piblisite