Biblia Todo Logo
Bib sou entènèt

- Piblisite -




ମୀଖା 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯାହା ମନ୍ଦ, ତାହା ଯନିପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ; ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ଲୋକମାନେ ଦୁଇ ହାତରେ ମନ୍ଦକାର୍ଯ୍ୟ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳୟରେ ସେମାନଙ୍କର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। “ପ୍ରଧାନ ବ୍ୟକ୍ତିମାନେ” ଉତ୍ତମ ଓ ନ୍ୟାୟ ବିଗ୍ଭର କରୁ ନାହାନ୍ତି। ସେମାନେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।

Gade chapit la Kopi




ମୀଖା 7:3
26 Referans Kwoze  

ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”


କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ ଓ ତୁମ୍ଭମାନଙ୍କର ପାପସକଳ କିପରି ପ୍ରବଳ, ଏହା ଆମ୍ଭେ ଜାଣୁ; ତୁମ୍ଭେମାନେ ଧାର୍ମିକକୁ କ୍ଲେଶ ଦେଉଅଛ, ଲାଞ୍ଚ ନେଉଅଛ ଓ ନଗର-ଦ୍ୱାରରେ ଦୀନହୀନମାନଙ୍କ ପ୍ରତି ଅନ୍ୟାୟ କରୁଅଛ।


ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।


ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟ-ମୁଦ୍ରା ତୌଲି କରିଦେଲେ।


ସେମାନଙ୍କର ପେୟଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।


ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।


ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।


ସେ କି ସଦାକାଳ କ୍ରୁଦ୍ଧ ହୋଇଥିବେ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ?’ ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ।”


କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।


ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।


ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ।


ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ।


ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର!


ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍‍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।


ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୁଦା ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ‘ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।’


ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ, ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।


ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚିନ୍ତ ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ।


ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;


ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦ କର୍ମ ସିଦ୍ଧ କରେ।


“କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।”


ତୁମ୍ଭେମାନେ ପାର୍ଶ୍ୱରେ ଓ ସ୍କନ୍ଧରେ ପୀଡ଼ିତମାନଙ୍କୁ ଠେଲି ଦେଉଅଛ ଓ ବାହାରେ ସେମାନଙ୍କୁ ଛିନ୍ନଭିନ୍ନ ନ କରିବା ପର୍ଯ୍ୟନ୍ତ ସେସମସ୍ତଙ୍କୁ ଆପଣା ଶୃଙ୍ଗରେ ପେଲି ଦେଉଅଛ;


Swiv nou:

Piblisite


Piblisite