Biblia Todo Logo
Bib sou entènèt

- Piblisite -




ମୀଖା 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ତ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।

Gade chapit la Kopi

ଓଡିଆ ବାଇବେଲ

4 ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।

Gade chapit la Kopi

ପବିତ୍ର ବାଇବଲ

4 ଏପରିକି ସେମାନଙ୍କ ମଧ୍ୟରେ ଯେ ସର୍ବୋତ୍ତମ ସେ ବୁଦାରେ କଣ୍ଟକ ସଦୃଶ। ଆଉ ସବୁଠାରୁ ସରଳ ବ୍ୟକ୍ତି ଅଧିକ ଜଟିଳ ଓ କଣ୍ଟାବାଡ଼ରେ କଣ୍ଟକ ସଦୃଶ ଅଟେ। ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତା କହିଲେ ତୁମ୍ଭ ପ୍ରହରୀମାନଙ୍କ ଦଣ୍ତ ପାଇବା ଦିନ ଆସିଛି। ବର୍ତ୍ତମାନ ତୁମ୍ଭେମାନେ ଦଣ୍ତିତ ହେବ ଓ ବ୍ୟାକୁଳ ହେବ।

Gade chapit la Kopi




ମୀଖା 7:4
16 Referans Kwoze  

କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।


ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।


ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?


କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।


“ପୁଣି, ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ,


କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।


ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମକାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।”


ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।


କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ୱରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନସ୍ୱରୂପ ହେବ।”


ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍‍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କର ପ୍ରତିଫଳ ପ୍ରାପ୍ତିର ବର୍ଷ ଆଣିବା।”


ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।


ପୁଣି, ଇସ୍ରାଏଲ ବଂଶର ଚତୁର୍ଦ୍ଦିଗସ୍ଥିତ ଯେଉଁ ଲୋକମାନେ ସେମାନଙ୍କୁ ଅବଜ୍ଞା କଲେ, ସେମାନଙ୍କ ମଧ୍ୟରୁ କୌଣସି ଲୋକ ସେମାନଙ୍କର ଶୂଳଜନକ କାନକୋଳି କଣ୍ଟା ଅଥବା ବ୍ୟଥାଦାୟକ କଣ୍ଟକ ଆଉ ନୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


Swiv nou:

Piblisite


Piblisite