Biblia Todo Logo
Bib sou entènèt

- Piblisite -




ମୀଖା 7:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋʼ ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋʼ ପରମେଶ୍ୱର ମୋର କଥା ଶୁଣିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋʼ ପରିତ୍ରାଣର ପରମେଶ୍ଵରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋʼ ପରମେଶ୍ଵର ମୋର କଥା ଶୁଣିବେ।

Gade chapit la Kopi

ଓଡିଆ ବାଇବେଲ

7 ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋ’ ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋ’ ପରମେଶ୍ୱର ମୋର କଥା ଶୁଣିବେ।

Gade chapit la Kopi

ପବିତ୍ର ବାଇବଲ

7 ତେଣୁ ମୁଁ ସାହାଯ୍ୟ ପାଇଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି। ମୋ’ ପରିତ୍ରାଣ ପାଇଁ ପରମେଶ୍ୱରଙ୍କୁ ଅପେକ୍ଷା କରିବି। ମୋର ପରମେଶ୍ୱର ମୋ’ କଥା ଶୁଣିବେ।

Gade chapit la Kopi




ମୀଖା 7:7
33 Referans Kwoze  

ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।


ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।


ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”


ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ।


ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।


ମୋʼ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ।


ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”


ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।


ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।


କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।


ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।


ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”


ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ।


ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।


ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।


ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି।


ମୁଁ ଆପଣା ପ୍ରହରୀ ସ୍ଥାନରେ ଠିଆ ହେବି ଓ ଦୁର୍ଗର ଉପରେ ରହିବି, ଆଉ ସେ ମୋʼ ଗୁହାରି ବିଷୟରେ ମୋତେ କି କଥା କହିବେ ଓ ମୁଁ କି ଉତ୍ତର ଦେବି, ଏହା ନିରୀକ୍ଷଣ କରି ବୁଝିବି।


ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।


ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?


ମୋର ପ୍ରାଣ କୁହେ, “ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।”


କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।


Swiv nou:

Piblisite


Piblisite