Biblia Todo Logo
Bib sou entènèt

- Piblisite -




ମାର୍କ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିବା ସମୟରେ, ସେ ବନ୍ୟ-ପଶୁମାନଙ୍କ ସହିତ ରହିଲେ, ପୁଣି, ଦୂତମାନେ ତାହାଙ୍କ ସେବା କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ଵାରା ପରୀକ୍ଷିତ ହେଉଥିଲେ; ସେ ବନ୍ୟ ପଶୁମାନଙ୍କ ସହିତ ରହିଲେ, ପୁଣି ଦୂତମାନେ ତାହାଙ୍କ ସେବା କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

13 ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ; ସେ ବନ୍ୟ ପଶୁମାନଙ୍କ ସହିତ ରହିଲେ, ପୁଣି, ଦୂତମାନେ ତାହାଙ୍କ ସେବା କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସେଠାରେ ସେ ଚାଳିଶ ଦିନ ପର୍ଯ୍ୟନ୍ତ ଥିଲେ। ଏହି ସମୟରେ ଶୟତାନ ତାଙ୍କୁ ନାନା ପ୍ରକାର ପରୀକ୍ଷା ପ୍ରଲୋଭନର ସମ୍ମୁଖୀନ କରାଇଥିଲା। ସେଠାରେ ସେ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ରହିଥିଲେ, କିନ୍ତୁ ସ୍ୱର୍ଗଦୂତମାନେ ଆସି ତାଙ୍କର ଯତ୍ନ ନେଉଥିଲେ।

Gade chapit la Kopi

ପବିତ୍ର ବାଇବଲ

13 ଯୀଶୁ ସେଠାରେ ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ଉପବାସ ପ୍ରାର୍ଥନା ସହିତ ରହିଲେ। ସେଠାରେ ସେ ଶୟତାନ ଦ୍ୱାରା ପରୀକ୍ଷିତ ହେଲେ। ତା'ପରେ ସ୍ୱର୍ଗଦୂତମାନେ ଆସି ଯୀଶୁଙ୍କର ସେବା କଲେ।

Gade chapit la Kopi




ମାର୍କ 1:13
13 Referans Kwoze  

କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।


ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମ-ବାକ୍ୟ, ଅର୍ଥାତ୍‍, ଦଶ ଆଜ୍ଞା ଲେଖିଲେ।


ଅଥବା ତୁମ୍ଭେ କଅଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରିପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ?


ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।


ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।


ଆଉ ଚାଳିଶ ଦିନ ଓ ଚାଳିଶ ରାତ୍ରିର ଶେଷରେ ସଦାପ୍ରଭୁ ସେହି ଦୁଇ ପ୍ରସ୍ତର ଫଳକ, ଅର୍ଥାତ୍‍, ନିୟମର ଫଳକ ମୋତେ ଦେଲେ।


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।


ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ,


ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ।


Swiv nou:

Piblisite


Piblisite