Biblia Todo Logo
Bib sou entènèt

- Piblisite -




ମାର୍କ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 “କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ବରଙ୍କ ରାଜ୍ୟ ସନ୍ନିକଟ; ମନ-ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ଵରଙ୍କ ରାଜ୍ୟ ସନ୍ନିକଟ; ମନ ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ଵାସ କର।

Gade chapit la Kopi

ଓଡିଆ ବାଇବେଲ

15 କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ୱରଙ୍କ ରାଜ୍ୟ ସନ୍ନିକଟ; ମନପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସେ କହିଲେ, “ଉପଯୁକ୍ତ ସମୟ ଆସିଛି, ଈଶ୍ୱରଙ୍କ ରାଜ୍ୟ ସନ୍ନିକଟ! ପାପ ପ୍ରତି ବିମୁଖ ହୋଇ ଏହି ଶୁଭବାର୍ତ୍ତାରେ ବିଶ୍ୱାସ କର।”

Gade chapit la Kopi

ପବିତ୍ର ବାଇବଲ

15 ଯୀଶୁ କହିଲେ, “ବର୍ତ୍ତମାନ ଉପଯୁକ୍ତ ସମୟ ଆସିଯାଇଛି। ପରମେଶ୍ୱରଙ୍କ ରାଜ୍ୟ ପାଖ ହୋଇ ଗଲାଣି। ତୁମ୍ଭମାନଙ୍କର ହୃଦୟ ପରିବର୍ତ୍ତନ କର। ସୁସମାଗ୍ଭରରେ ବିଶ୍ୱାସ କର।”

Gade chapit la Kopi




ମାର୍କ 1:15
17 Referans Kwoze  

“ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”


ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”


ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।


ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।


କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେଲେ,


ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।


ପୁଣି, ଯାଉ ଯାଉ ସ୍ୱର୍ଗରାଜ୍ୟ ସନ୍ନିକଟ, ଏହି କଥା କହି ଘୋଷଣା କର।


ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।


ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ି ଦେଉଅଛୁ; ତଥାପି ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ।


ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନଃନିର୍ମିତ ହେବ।


ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ମାନବଜାତି ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,


ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି।


ସେହି ଅନନ୍ତ ଜୀବନ ସତ୍ୟ ଈଶ୍ବର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଆଜ୍ଞାନୁସାରେ ମୋʼ ଠାରେ ସମର୍ପିତ ହୋଇଅଛି।


Swiv nou:

Piblisite


Piblisite