Biblia Todo Logo
Bib sou entènèt

- Piblisite -




ମାର୍କ 1:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏଥିରେ ସମସ୍ତେ ଏତେ ବିସ୍ମୟାନ୍ଵିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା ! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।

Gade chapit la Kopi

ଓଡିଆ ବାଇବେଲ

27 ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କ'ଣ ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା ! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ଏଥିରେ ଲୋକମାନେ ଏତେ ଆଶ୍ଚର୍ଯ୍ୟାନ୍ୱି ହେଲେ ଯେ ପରସ୍ପର କୁହାକୁହି ହେଲେ, “ଏହା କ’ଣ? ଏହା କ’ଣ ଏକ ନୂଆ ଧରଣର ଶିକ୍ଷା? ଭୂତପ୍ରେତଙ୍କୁ ଆଦେଶ ଦେବା ପାଇଁ ଏହି ବ୍ୟକ୍ତିଙ୍କ ଅଧିକାର ଅଛି ଏବଂ ସେମାନେ ତାଙ୍କର ଆଦେଶ ପାଳନ କରୁଛନ୍ତି!”

Gade chapit la Kopi

ପବିତ୍ର ବାଇବଲ

27 ଏହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ପରସ୍ପର କୁହାକୁହି ହେଲେ, “ଏଠାରେ କ’ଣ ସବୁ ଘଟୁଛି? ଏ ଲୋକଟି ଆମ୍ଭକୁ କିଛି ନୂଆ ଶିକ୍ଷା ଦେଉଛି ଏବଂ ସେ ଅଧିକାର ସହିତ ଶିକ୍ଷା ଦେଉଛି। ସେ ଭୂତମାନଙ୍କୁ ମଧ୍ୟ ଆଜ୍ଞା ଦେଉଛି ଓ ଭୂତମାନେ ତା’ କଥା ମାନୁଛନ୍ତି।”

Gade chapit la Kopi




ମାର୍କ 1:27
15 Referans Kwoze  

ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।


ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି।


ଏହି ରୂପେ ମୂକମାନେ ଯେ କଥା କହୁଅଛନ୍ତି, ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି, ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି, ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ, ପୁଣି, ଇସ୍ରାଏଲର ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।


ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା। ସେଥିରେ ଲୋକ ସମୂହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ।


ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି।


ସେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ଶିଷ୍ୟମାନେ ବିସ୍ମୟାନ୍ୱିତ ଓ ପଛରେ ଆସୁଥିବା ଲୋକେ ଭୀତ ହୋଇଥିଲେ। ଏଣୁ ସେ ପୁନର୍ବାର ବାର ଶିଷ୍ୟଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ।


ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ୱିତ ହେଲେ। କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, “ବତ୍ସଗଣ, ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର!


କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ।


ସେଥିରେ ସେହି ଅଶୁଚି ଆତ୍ମା ତାହାକୁ ମୋଡ଼ିପକାଇ ଅତି ଉଚ୍ଚସ୍ୱରରେ ପାଟି କରି ତାହାଠାରୁ ବାହାରିଗଲା।


ସେଥିରେ ତାହାଙ୍କ ସମ୍ବନ୍ଧୀୟ ସମାଚାର ସେହିକ୍ଷଣି ଗାଲିଲୀର ଚାରିଆଡ଼େ ସମସ୍ତ ଅଞ୍ଚଳରେ ବ୍ୟାପିଗଲା।


ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ।


ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ।


ପରେ ସେମାନେ ତାହାଙ୍କୁ ଆରିୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କଅଣ ବୋଲି ଆମ୍ଭେମାନେ ଜାଣି ପାରିବା କି?


Swiv nou:

Piblisite


Piblisite