Biblia Todo Logo
Bib sou entènèt

- Piblisite -




ମାର୍କ 10:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଜାନୁ ପାତି ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନ; ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି।

Gade chapit la Kopi

ଓଡିଆ ବାଇବେଲ

17 ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଯୀଶୁ ପୁନର୍ବାର ତାଙ୍କ ଯାତ୍ରା ଆରମ୍ଭ କଲାବେଳେ ଜଣେ ଲୋକ ଦୌଡ଼ି ଆସି ତାଙ୍କ ସମ୍ମୁଖରେ ଆଣ୍ଠୋଇ ପଡ଼ି ପଚାରିଲା, “ସତ୍ଗୁରୁ, ଅନନ୍ତ ଜୀବନ ଲାଭ କରିବାକୁ ମୋତେ କଅଣ କରିବା ପାଇଁ ହେବ?”

Gade chapit la Kopi

ପବିତ୍ର ବାଇବଲ

17 ଯୀଶୁ ଯାଉଥିବା ବେଳେ ଜଣେ ଲୋକ ଦୌଡ଼ି ଦୌଡ଼ି ତାହାଙ୍କ ପାଖକୁ ଆସିଲା ଓ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ବସି ପଡ଼ିଲା। ସେ ପଗ୍ଭରିଲା, “ହେ ଉତ୍ତମ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ପାଇଁ ମୁଁ କ’ଣ କରିବି?”

Gade chapit la Kopi




ମାର୍କ 10:17
28 Referans Kwoze  

ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,


ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?


ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କଅଣ କରିବାକୁ ହେବ?


ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?


ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ବରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।


“କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କଅଣ କରିବାକୁ ହେବ, ତାହା କୁହାଯିବ।”


ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;


ପରେ ସେମାନେ ଲୋକମାନଙ୍କ ନିକଟକୁ ଆସନ୍ତେ ଜଣେ ଲୋକ ତାହାଙ୍କ ନିକଟକୁ ଆସି ଆଣ୍ଠୋଇପଡ଼ି କହିଲା,


କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।


ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରିର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାʼନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।


ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।


ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ବରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ବର ସାଙ୍ଗରେ ନ ଥିଲେ ସେହିସବୁ କେହି କରିପାରେ ନାହିଁ।


ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାକୁ ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ?


ପରେ ଲୋକସମୂହ ଏକତ୍ର ଦୌଡ଼ି ଆସୁଥିବା ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ।


ଏଥିମଧ୍ୟରେ ଜଣେ କୁଷ୍ଠରୋଗୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।


ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ।


ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।


କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ଉତ୍ତମ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ।


ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,


ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ।


ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?


ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।


Swiv nou:

Piblisite


Piblisite