Biblia Todo Logo
Bib sou entènèt

- Piblisite -




ମାର୍କ 10:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ଉତ୍ତମ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେଥିରେ ଯୀଶୁ ତାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ଵରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

18 ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋତେ ଉତ୍ତମ ବୋଲି କାହିଁକି କହୁଅଛ ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ,।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଯୀଶୁ ଉତ୍ତର ଦେଲେ, “ମୋତେ କାହିଁକି ସତ୍ ବୋଲି କହୁଛ? ଈଶ୍ୱରଙ୍କ ଛଡ଼ା ଅନ୍ୟ କେହି ସତ୍ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

18 ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ମୋତେ ଉତ୍ତମ ବୋଲି କାହିଁକି କହୁଛ? କେବଳ ପରମେଶ୍ୱରଙ୍କ ଛଡ଼ା ଆଉ କେହିହେଲେ ଉତ୍ତମ ନୁହନ୍ତି।

Gade chapit la Kopi




ମାର୍କ 10:18
14 Referans Kwoze  

ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ।


ସେ ତାହାଙ୍କୁ କହିଲେ, “ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।”


ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।


ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।


ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ।


ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।


ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; ମୋତେ ତୁମ୍ଭ ବିଧିସବୁ ଶିଖାଅ।


ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।


ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।


ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?


ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ‘ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।’”


Swiv nou:

Piblisite


Piblisite