Biblia Todo Logo
Bib sou entènèt

- Piblisite -




ମାର୍କ 10:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ‘ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।

Gade chapit la Kopi

ଓଡିଆ ବାଇବେଲ

19 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତୁମେ ଶାସ୍ତ୍ରର ଆଜ୍ଞା ସବୁ ଜାଣିଛ - ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ ଚୋରି କର ନାହିଁ, ପ୍ରତାରଣା କର ନାହିଁ, ପିତାମାତାଙ୍କୁ ସମାଦର କର।”

Gade chapit la Kopi

ପବିତ୍ର ବାଇବଲ

19 କିନ୍ତୁ ମୁଁ ତୁମ୍ଭ ପ୍ରଶ୍ନର ଉତ୍ତର ଦେଉଛି। ତୁମ୍ଭେ ଆଜ୍ଞା ଗୁଡ଼ିକ ଜାଣିଛ: ହତ୍ୟା କର ନାହିଁ, ବ୍ୟଭିଗ୍ଭର କର ନାହିଁ, ଗ୍ଭେରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, ଠକ ନାହିଁ, ଆପଣା ବାପା-ମାଙ୍କୁ ଆଦର କର।”

Gade chapit la Kopi




ମାର୍କ 10:19
16 Referans Kwoze  

କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।


ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ନରହତ୍ୟା କର ନାହିଁ ବୋଲି ମଧ୍ୟ କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ।


ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।”


ପୁଣି, ଯେପରି କେହି ଏହି ବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ।


କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।”


ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ?


କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।


ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ଉତ୍ତମ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ।


Swiv nou:

Piblisite


Piblisite