Biblia Todo Logo
Bib sou entènèt

- Piblisite -




ମାର୍କ 10:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବେ!”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବେ !

Gade chapit la Kopi

ଓଡିଆ ବାଇବେଲ

23 ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବେ !

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯୀଶୁ ଶିଷ୍ୟମାନଙ୍କ ଆଡ଼କୁ ଅନାଇ କହିଲେ, “ଧନୀମାନଙ୍କର ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର।”

Gade chapit la Kopi

ପବିତ୍ର ବାଇବଲ

23 ଯୀଶୁ ଗ୍ଭରିଆଡ଼େ ଗ୍ଭହିଁ ଶିଷ୍ୟମାନଙ୍କୁ କହିଲେ, “ଧନୀ ଲୋକମାନଙ୍କ ପକ୍ଷରେ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ବଡ଼ କଠିନ ବିଷୟ।”

Gade chapit la Kopi




ମାର୍କ 10:23
13 Referans Kwoze  

କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାନ୍ତି;


ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?


ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରନ୍ତି!


ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।


ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ।


ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।


ଯୀଶୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିପାରେ ନାହିଁ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”


କିନ୍ତୁ ଯେ ଏହା କରିଥିଲା, ତାହାକୁ ଦେଖିବା ନିମନ୍ତେ ସେ ଚାରିଆଡ଼େ ଦୃଷ୍ଟିପାତ କରିବାକୁ ଲାଗିଲେ।


“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।


ଯଦି ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ;


କିନ୍ତୁ ଏହି କଥାରେ ତାହାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାହାଙ୍କର ବହୁତ ସମ୍ପତ୍ତି ଥିଲା।


Swiv nou:

Piblisite


Piblisite